ଚୈତନ୍ୟ ଚରିତାମୃତରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଚୈତନ୍ୟ ଚରିତାମୃତ ଗ୍ରନ୍ଥର ରଚୟିତା କବିରାଜ କୃଷ୍ଣ ଦାସ ଶ୍ରୀକ୍ଷେତ୍ରରେ ପାଳିତ ରଥଯାତ୍ରାର ଯେଉଁ ବିବରଣ ପ୍ରଦାନ କରିଛନ୍ତି, ତାହା ଦୀର୍ଘ ୫୦୦ ବର୍ଷ ପୂର୍ବର ଅଟେ। ଶ୍ରୀଚୈତନ୍ୟ ତାଙ୍କ ପାର୍ଷଦମାନଙ୍କ ସହିତ ରଥଯାତ୍ରା ସମୟରେ ଗୁଣ୍ଡିଚା ମନ୍ଦିର ମାର୍ଜନା କରୁଥିଲେ। ଉକ୍ତ ଗ୍ରନ୍ଥର ବର୍ଣ୍ଣନା ଅନୁଯାୟୀ, ସେ ସମୟରେ ରଥର ସାଜସଜ୍ଜା ଉତ୍ତମମାନର ଥିଲା। ସେତେବେଳେ ଠାକୁରମାନଙ୍କ ପହଣ୍ଡି ଦଇତାମାନଙ୍କଦ୍ୱାରା ହେଉଥିଲା। ବର୍ତ୍ତମାନ ଗଜପତି ମହାରାଜ ରଥ ଉପରେ ଛେରାପହଁରା କଲା ପରି ସେତେବେଳେ ହେଉନଥିଲା। ରାଜା ପ୍ରତାପରୁଦ୍ର ଦେବ ରଥ ତଳେ ପଥରେ ଛେରା ପହଁରା କରୁଥିଲେ। ସେ ସମୟରେ ରଥଟଣାରେ ଗୌଡ଼ ନାମକ ସମ୍ପ୍ରଦାୟ ନିଯୁକ୍ତ ହେଉଥିଲେ। ତାଙ୍କ ସହିତ ହସ୍ତୀମାନଙ୍କୁ ମଧ୍ୟ ରଥଟଣା କାର୍ଯ୍ୟରେ ଲଗାଯାଉଥିଲା। ଶ୍ରୀଚୈତନ୍ୟ ସେତେବେଳେ ରଥ ଆଗରେ ଭାବ ବିହ୍ୱଳିତ ନୃତ୍ୟ ଓ ସଂକୀର୍ତ୍ତନ କରୁଥିଲେ। 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.