ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ଓଡ଼ିଆ ବାର୍ତ୍ତା/ ବାଲିଗୁଡା (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନଏସି ଅନ୍ତର୍ଗତରେ ଥିବା ବ୍ଲକ୍ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ ଦାୟିତ୍ଵ ତୁଲାଇ ଆସୁଥିବା ଦୈତାରୀ ପରିଡ଼ା ସୋମବାର ୩୦ ତାରିଖ ଦିନ ଅବସର ଗ୍ରହଣ କରିଛନ୍ତି l ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ମାଧବ ସାହୁ, ଉପସଭାପତି ମଧୁସ୍ମିତା ଦଳପତି ଙ୍କ ଉପସ୍ଥିତ ରେ ବିଦ୍ୟାଳୟ ପରିସରରେ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଭାରପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦ୍ମ ଲୋଚନ ପଣ୍ଡା, ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଏବିଇଓ ବଂଶିଧର ସାହୁ, ସମ୍ମାନିତ ଅତିଥି ଭାବେ ଜାର୍ଗୀ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶିଶିର କାନ୍ତ ପଣ୍ଡା ଙ୍କ ସମେତ ଆଖ ପାଖ ବିଦ୍ୟାଳୟ ର କେତେକ ପ୍ରଧାନ ଶିକ୍ଷକଙ୍କ ଉପସ୍ଥିତ ଥିଲେ l ବିଦାୟ ପ୍ରଧାନ ଶିକ୍ଷକ ଶ୍ରୀ ପରିଡ଼ା ୩୫ବର୍ଷ ର ଚାକିରୀ କାଳ ମଧ୍ୟରେ ସେ କନ୍ଧମାଳ ଜିଲ୍ଲାର ଦୁଇଟି ବ୍ଲକ୍ ରେ ନିଜର ଶିକ୍ଷକତା ସମୟ ବିତାଇ ଆଜି ଶେଷ ଦିନରେ ବାଲିଗୁଡା ବ୍ଲକ୍ କଲୋନୀରେ କାର୍ଯ୍ୟ ସମାପ୍ତ କରି ନିଜର ବିଭିନ୍ନ ଅନୁଭୁତି ବର୍ଣ୍ଣନା କରିଥିଲେ l

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.