ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ ଘରୁ ପୁଳାପୁଳା ଟଙ୍କା ଠାବ

ଓଡ଼ିଆ ବାର୍ତ୍ତା/ ବଲାଙ୍ଗିର (ମୁନା ଗୌଡ଼): ଟିଟିଲାଗଡ ଆର ଆଣ୍ଡ ବି ସବଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଦିଲେଶ୍ୱର ମାଝୀଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ସମ୍ପତ୍ତି ଉପରେ ଚଢ଼ାଉ କରାଯାଇଛି। ବଲାଙ୍ଗୀର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଚଢ଼ାଉରେ ୫ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର ଓ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି। ସମ୍ବଲପୁର, ଝାରସୁଗୁଡ଼ା, ବ୍ରଜରାଜନଗର ପୈତୃକ ଘର ଓ ବଲାଙ୍ଗୀର ଜିଲ୍ଲାର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ। ଏପର୍ଯ୍ୟନ୍ତ ଟିଟିଲାଗଡ଼ ଘରୁ ୪୩ ହଜାର ଟଙ୍କା ଓ ସମ୍ବଲପୁରରୁ ୬ ଲକ୍ଷରୁ ଉର୍ଦ୍ଧ୍ବ ନଗଦ ଟଙ୍କା ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.