ଡ଼ଃ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ଜନ୍ମ ଜୟନ୍ତୀ ପାଳନ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଭାରତ ସରକାର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ଅଧିନସ୍ଥ ମେରା ୟୁଵା ଭାରତ କଳାହାଣ୍ଡି ଶାଖା ନେତୃତ୍ୱରେ ଆଜି କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ହରଗୌରୀ ଯୁବକ ସଂଘ ତରଫରୁ ଅମର ଯୁକ୍ତତିନି ମହାବିଦ୍ୟାଳୟ କୁଶୁର୍ଲା ପ୍ରାଙ୍ଗଣ ଠାରେ ଡ଼ଃ ଶ୍ୟାମ ପ୍ରସାଦା ମୁଖାର୍ଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ତୁମୁଡିବନ୍ଦ ମହାବିଦ୍ୟାଳୟର ଇତିହାସ ବିଭାଗର ଅଧ୍ୟାପକ ଶ୍ରୀଯୁକ୍ତ ସୁଶାନ୍ତ ସୁନା, ମୁଖ୍ୟବକ୍ତା ଭାବେ ଅମର ଯୁକ୍ତତିନି ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଅଧିକାରୀ ଶ୍ରୀଯୁକ୍ତ ରାଜେନ୍ଦ୍ର ଗହୀର, ସମାଜସେବୀ ଶ୍ରୀଯୁକ୍ତ ହୃଦାନନ୍ଦ ସାହୁ ଓ ଯୁବ ସ୍ବେଛାସେବୀ ତଥା ପ୍ରକୃତି ବନ୍ଧୁ ଶ୍ରୀ ସନତ କୁମାର ସାହୁଙ୍କ ଉପସ୍ଥିତିରେ ପ୍ରଥମେ ଡ଼ଃ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ପ୍ରତିଛବି ଉପରେ ଦୀପ ପ୍ରଜ୍ଜଳନ କରି ପୂଜା ଅର୍ଚ୍ଚନା କରିଥିଲେ। ଅତିଥିମାନେ ମୁଖାର୍ଜୀଙ୍କ ଜୀବନୀ କାହାଣୀ ବର୍ଣ୍ଣନା କରିବା ସହ ତାଙ୍କ ନାମରେ ଗୋଟିଏ ବୃକ୍ଷ ରୋପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ହରଗୌରୀ ଯୁବକ ସଙ୍ଘ କୁଶୁର୍ଲା ସମସ୍ତ କର୍ମକର୍ତ୍ତା ଓ ଅମର ଯୁକ୍ତ ତିନି ମହାବିଦ୍ୟାଳୟ କୁଶୁର୍ଲା ଏନଏସଏସ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ ଶେଷରେ ହରଗୌରୀ ଯୁବକ ସଂଘର ସଭାପତି ଶ୍ରୀ ଯୁଗେଶ ଚନ୍ଦ୍ର ଜାନୀ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.