ଓଡ଼ିଶା ରାଜସ୍ୱ ଅମଲା ସଂଘର କଳା ବ୍ଯାଜ ପରିଧାନ

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଓଡ଼ିଶା ରାଜସ୍ୱ ଅମଲା ସଂଘର ଏକ ଗୁରୁତ୍ବପୁର୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତ୍ତି ଅନୁସାରେ ଗତ ଜୁନ ୨୫ ତାରିଖରେ ଓଡ଼ିଶା ରାଜସ୍ୱ ଅମଲା ସଂଘ ଜିଲ୍ଲା ଶାଖା ସୁବର୍ଣ୍ଣପୁରର ଜିଲ୍ଲା ଅଧ୍ୟକ୍ଷ ନୀଳାମ୍ବର ଶତପଥୀଙ୍କ ନେତୃତ୍ଵରେ ୧୦ ଦଫା ଦାବି ସମ୍ବଳିତ ଦାବି ପତ୍ର ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଉଦ୍ଧେଶ୍ୟରେ ପ୍ରଦାନ କରାଯାଇଥିଲା I ଯଦି ୧୫ ଦିନ ମଧ୍ୟରେ ରାଜ୍ୟ ସରକାର ଦାବି ଗୁଡିକ ପୂରଣ କରିବାରେ ଅବହେଳା ପ୍ରଦର୍ଶନ କରନ୍ତି, ତାହାହେଲେ ଜୁଲାଇ ୭ ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ କଳା ବ୍ୟାଜ୍ ପରିଧାନ କରିବ ବୋଲି ନିଷ୍ପତ୍ତି ହୋଇଥିଲା l ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁସାରେ ଆଜି ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ରାଜସ୍ଵ ଅମଲା କର୍ମଚାରୀ କଳା ବ୍ୟାଜ୍ ପରିଧାନ କରି ସରକାରଙ୍କ ଚରମ ଅବହେଳା କୁ ବିରୋଧ କରିଥିଲେ l ପ୍ରକାଶଥାଉ କି, ଜିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କର ଦୀର୍ଘଦିନର ଦାବି ପୂରଣ କରିବା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ପୋଷଣ କରୁଥିବା ଯୋଗୁଁ ଜିଲ୍ଲା ସ୍ତରରେ ଅମଲା ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା । ଦାବି ଗୁଡିକ ମଧ୍ୟ ରେ ମୁଖ୍ୟତଃ, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ORSP-୨୦୧୭ ନିୟମ ଅନୁଯାଇ ଲେବେଲ- ୯ କୁ ବୃଦ୍ଧି କରାଯାଉ | ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା :- ୮୮୯୮ ତାରିଖ – ୧୫-୦୩-୨୦୨୪ ଅନୁଯାୟୀ ସମସ୍ତ ଜିଲ୍ଲାପାଳ ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିବା ତଥ୍ୟ କୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯାଉ | ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯାଉ | ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମସିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ପ୍ରଦାନ କରାଯାଉ | ଓଡ଼ିଶା ରାଜସ୍ଵ ସେବା ପଦ୍ଧତି ରେ ରାଜସ୍ୱ ଅମଲା ମାନଙ୍କୁ ଶତ ପ୍ରତିଶତ ପଦୋନ୍ନତି ଦିଆଯାଉ | ନୂତନ ପେନସନ ଯୋଜନା କୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀ ଙ୍କୁ ପୁରାତନ ପେନସନ ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଉ | ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ଏବଂ ବିଭିନ୍ନ ମାଧ୍ୟମରେ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ମଧ୍ୟ ହୋଇସାରିଛି l କିନ୍ତୁ, ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ପରେ ମଧ୍ୟ ବର୍ତ୍ତମାନ ଯାଏଁ ତାହା କାର୍ଯ୍ଯ କାରୀ ହୋଇନାହିଁ l  ଏହି ପରିପ୍ରେକ୍ଷୀରେ, ତଥାପି ରାଜ୍ୟ ସରକାର ଆଗାମୀ ୧୩ ତାରିଖ ସୁଦ୍ଧା ଉକ୍ତ ଦାବି ଗୁଡିକ ପୂରଣ ନ କରନ୍ତି ତାହେଲେ, ରାଜ୍ୟ ସଂଘ ର କାର୍ଯ୍ୟକାରିଣୀ ବୈଠକରେ ଗୃହୀତ ହୋଇଥିବା ନିଷ୍ପତ୍ତି ଅନୁସାରେ ଜୁଲାଇ ୧୪ ତାରିଖ ଠାରୁ ସଂପୂର୍ଣ୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ସୁବର୍ଣ୍ଣପୁରର ଜିଲ୍ଲା ଅଧ୍ୟକ୍ଷ ନୀଳାମ୍ବର ଶତପଥୀ, ଉପାଧ୍ୟକ୍ଷ ସହଦେବ ମେହେର, କାର୍ଯ୍ୟକାରୀ ସଭାପତି ଶିତେଶ ପୂଜାହାରୀ,ସମ୍ପାଦକ ବନମାଳୀ ମେହେର ପ୍ରକାଶ କରିଥିଲେ | ଏଥିରେ ଜିଲ୍ଲାର ସମସ୍ତ କାର୍ଯ୍ୟ।ଳୟ ଅମଲା ଓ ଉପବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ |

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.