ତିନି ଜଣଙ୍କୁ ଖଣ୍ଡାରେ ହାଣିଲେ ଦୁବୃର୍ତ୍ତ

ଓଡ଼ିଆ ବାର୍ତ୍ତା/ ପୁରୁଷୋତ୍ତମପୁର (ପ୍ରଶନ୍ନ କୁମାର ଦାଶ): ପୁରୁଷୋତ୍ତମପୁର ବ୍ଳକ ଅନ୍ତର୍ଗତ ହାଣ୍ଡିଘର ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ତିନିଭାଇ ଗାଁ ଦାଣ୍ଡରେ ବସିଥଲା ବେଳେ ଅଜଣା ଦୁର୍ବୁତ୍ତଙ୍କ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି ଭାଗିରଥି ମହାନ୍ତି, ଗୋପାଳ ମହାନ୍ତି ଓ କାହ୍ନୁ ମହାନ୍ତି। ତିନି ଗୁରୁତରଙ୍କୁ ପ୍ରଥମେ ବ୍ରହ୍ମପୁର ମେଡିକାଲ ବିଶାଖାପାଟଣାର ଏକ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତିନି ଜଣ ନିଜ ଗାଁ ଦାଣ୍ଡରେ ବସିଥିବା ବେଳେ କିଛି ଦୁବୃର୍ତ୍ତ ଆସି ଖଣ୍ଡାରେ ଆକ୍ରମଣ କରିଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ତିନି ଜଣଙ୍କୁ ଆକ୍ରମଣ କରାଯାଇ ଥିବା ସୂଚନା ମିଳିଛି। ପୁରୁଷୋତ୍ତମପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଖଣ୍ଡାକୁ ଜବତ କରିବା ସହ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। 

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.