ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଅମେଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀମତୀ ଏମ: ମଧୁମିତା , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀ କେ.ନାଗାରାଜୁ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଓ ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗ ଦେଇ ଶୁଣାଣୀ କରିଥିଲେ ।
ଏହି ଶୁଣାଣୀ କାର୍ଯ୍ୟକ୍ରମରେ ଅମେଡ଼ା ଗ୍ରାମ ପଞ୍ଚାୟତ ସମେତ ଲୋବା , ଏଙ୍ଗାରସିଂ ଓ ପୋତ୍ତାର ପଞ୍ଚାୟତର ସମୁଦାୟ ମୋଟ-୪୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୧୯ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୨୯ ଗୋଟି ଅଭିଯୋଗ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ୫ ଜଣଙ୍କୁ ବାର୍ଦ୍ଧକ୍ୟ ଭତ୍ତା ଓ ପରିଚୟ ପତ୍ର ପ୍ରଦାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସି ନାୟକ , ଉପ-ଅଧ୍ୟକ୍ଷ ଶ୍ରୀ ଜ୍ୟୋତି ପ୍ରସାଦ ପାଣି , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବାରିକ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ ଓ ସ୍ଥାନୀୟ ସରପଞ୍ଚ ଓ ଜନ-ପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.