ରାଜ୍ୟରେ ଆଇନ ଶୃଙ୍ଖଳା ଓ ନାରୀ ସୁରକ୍ଷାକୁ ନେଇ କେସିଙ୍ଗା ଛାତ୍ର ସଙ୍ଗଠନ ତରଫରୁ ପୋଲିସ ଡ଼ିଜିଙ୍କୁ ସ୍ମାରକ ପତ୍ର ପ୍ରଦାନ

ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ବିଶେଷ କରି ଛାତ୍ରୀ ଓ ନାରୀ ଅସୁରକ୍ଷିତ ପ୍ରସଂଗ କୁ ନେଇ ଆଜି କଳାହାଣ୍ଡି ଜିଲ୍ଲା କେସିଙ୍ଗା ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ କେସିଙ୍ଗା ଆମ୍ବେଦକର ଛକ ଠାରୁ କେସିଙ୍ଗା ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଏକ ଶୋଭାଯାତ୍ରାରେ ବାହାରି କେସିଙ୍ଗା ଆଦର୍ଶ ଥାନା ଅଧିକାରୀ ପ୍ରଦ୍ୟୁମ୍ନ ମହାପାତ୍ରଙ୍କ ଜରିଆରେ ପୋଲିସ ଡିଜିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଗତ ୧୩ ମାସର ବିଜେପି ସରକାର ଶାସନରେ ରାଜ୍ୟର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଥିବା ବେଳେ ନାରୀ ନିର୍ଯାତନା ଅହେତୁକ ଭାବରେ ବୃଦ୍ଧି ହୋଇଛି। ରାଜ୍ୟରେ ଛାତ୍ରୀ ମାନେ ପର୍ଯ୍ୟଟନ ସ୍ଥଳୀ ଠାରୁ ଆରମ୍ଭ କରି କଲେଜ କ୍ୟାମ୍ପସ ପର୍ଯ୍ୟନ୍ତ ସୁରକ୍ଷିତ ନାହାଁନ୍ତି। ଛାତ୍ରୀ ନିବାସରେ ନାବାଳିକା ମାନେ ଗର୍ଭବତୀ ହେଉଛନ୍ତି। ଗୋପାଳପୁର ବେଳାଭୂମିରେ ଜଣେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ବାଲେଶ୍ଵର ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମଦାହ ଘଟଣା, ବଳଙ୍ଗା ନାବାଳିକା ପୋଡ଼ି ଘଟଣା ସାରା ଦେଶରେ ଚର୍ଚ୍ଚାର ବିଷୟ ହୋଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ଅପାରଗତା ଓ ଦୁର୍ବଳ ନେତୃତ୍ୱକୁ ଦାୟୀ କରିଛନ୍ତି ରାଜ୍ୟ କାର୍ଯକାରୀ ସଭାପତି ଅବିନାଶ ଠାକୁର । ଏହି କାର୍ଯ୍ୟକ୍ରମରେ ଏନଏସି ଅଧ୍ୟକ୍ଷ ନୃପରାଜ ଯାଦବ, ଉପାଧ୍ୟକ୍ଷା ସରସ୍ବତୀ ସା, ଯୁବ ବିଜେଡି ସଭାପତି ଆଦିତ୍ୟ ନନ୍ଦ, ରାଜ୍ୟ ଛାତ୍ର ବିଜେଡି କାର୍ଯକାରୀ ସଭାପତି ଅବିନାଶ ଠାକୁର, ବରିଷ୍ଠ ଯୁବ ବିଜେଡି ଉପ ସଭାପତି ମଣ୍ଟୁ ନାଏକ, ଜିଲ୍ଲା ଛାତ୍ର ବିଜେଡି ସଭାପତି ଅଜିତ ସାହୁ, ଯୁବ ବିଜେଡି ନେତା ଶିଶିର ପରିଡା, ନଳୀନ ପଟ୍ଟନାୟକ, ଦାମୋଦର ବାଗ, ପିତବାସ ବେହେରା, ଦୀପକ କୁମାର, ଛାତ୍ର ନେତା ସ୍ବାଧୀନ ପଟ୍ଟନାୟକ, ଅଭିନବ ପଟ୍ଟନାୟକ,ଅନୀଲ ନାଏକ, ପ୍ରବୀଣ ନାଏକ, ନବୀନ ନାୟକ, ଶୁଭେନ୍ଦୁ ସାହୁ, ପ୍ରୀତମ ପାଢ଼ୀ, ସମସ୍ତ କାଉନସିଲର ଓ ନଗର କମିଟି ପ୍ରମୁଖ ଯୋଗ ଦେଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.