୧୨ ତାରିଖରୁ ପୁଣି ଛେଚିବ ବର୍ଷା, ଆସୁଛି ଆଉ ଏକ ଲଘୁଚାପ

ଜାଣନ୍ତୁ କେମିତି ରହିବ ରାଜ୍ୟର ପାଣିପାଗ

ଭୁବନେଶ୍ୱର,୧୦/୮ : ପାଣିପାଗ ବିଭାଗର ସୂଚନା ଅନୁସାରେ ୧୨ ତାରିଖବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ୧୧ ତାରିଖରୁ ରାଜ୍ୟରେ କ୍ରମଶଃ ପାଗ ବଦଳିବା ସହ ବର୍ଷା ବଢ଼ିବ । ଆସନ୍ତାକାଲି ମଧ୍ୟ ବିଶେଷ ବର୍ଷା ସମ୍ଭାବନା ନାହିଁ । ଉତ୍ତର ଓଡ଼ିଶାର ଅଳ୍ପ କେତେକ ସ୍ଥାନ ସମେତ କୋରାପୁଟ, ମାଲକାନଗିରିରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ପାଣିପାଗ ପୂର୍ବାନୁମାନ ଯାହା, ସମ୍ଭାବ୍ୟ ଲଘୁଚାପ ପ୍ରଭାବ ମୁଖ୍ୟତଃ ଉତ୍ତର ଓଡ଼ିଶା ଉପରେ ରହିବ । ୧୩ କିମ୍ବା ୧୪ ତାରିଖ ପର୍ଯ୍ୟନ୍ତ ହିଁ ଏହା ବର୍ଷା କରାଇବ ।

୧୧ ତାରିଖରେ ଉତ୍ତର ଓଡ଼ିଶାର ଅନେକ ଜାଗାରେ ବର୍ଷା ସମ୍ଭାବନା ଅଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ,ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଦେବଗଡ଼, ସମ୍ବଲପୁରରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୧୨ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲ୍‌କାରୁ ମଧ୍ୟମ ବର୍ଷା ହେବ । ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ବର୍ଷା ହୋଇପାରେ । ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ଢେଙ୍କାନାଳ, ସମ୍ବଲପୁର, ଯାଜପୁର, ଭଦ୍ରକରେ ପ୍ରବଳ ବର୍ଷା ହୋଇପାରେ । ୧୩ ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲ୍‌କାରୁ ମଧ୍ୟମ ବର୍ଷା ହେବ । ଦକ୍ଷିଣ ଓଡ଼ିଶାର ଅନେକ ଜାଗାରେ ବର୍ଷା ହୋଇପାରେ ।

ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ସୁନ୍ଦରଗଡ଼, ଦେବଗଡ଼, ଢେଙ୍କାନାଳ, କଟକ, ଜଗତସିଂହପୁର, ନବରଙ୍ଗପୁର ଓ କୋରାପୁଟରେ ପ୍ରବଳ ବର୍ଷା ଆଶଙ୍କା ଅଛି । ମୁଖ୍ୟତଃ ଉତ୍ତର ଓଡ଼ିଶା ଏବଂ ଉତ୍ତର ଓଡ଼ିଶା ସୀମାବର୍ତ୍ତୀ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହେବ ।ଏବେ ଏବେ ଲଘୁଚାପ ଯୋଗୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବାବେଳେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ସେଭଳି ବର୍ଷା ଆଶା କମ୍‌ । କେତେକ ଜାଗାରେ ପ୍ରବଳ ବର୍ଷା ହୋଇପାରେ । ମାତ୍ର ଅତି ପ୍ରବଳ ବର୍ଷା ହୋଇନପାରେ । 

ଗୁଗଲ୍ କ୍ରୋମ୍’ରେ odiabarta.in ଖୋଲନ୍ତୁ, ଲାଲ୍ ବେଲ୍ ବଟନ୍’ରେ କ୍ଲିକ୍ କରି ନୋଟିଫିକେସନ୍ ସବ୍ସକ୍ରାଇବ୍ କରନ୍ତୁ ଏବଂ ସମସ୍ତ ଖବର ଓ ବିଚାର ସୂଚନା ପାଆନ୍ତୁ

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.