ରାୟଗଡ ଜିଲ୍ଲାପାଳଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ 

ଓଡ଼ିଆ ବାର୍ତ୍ତା/ କାଶୀପୁର (ଆଲାରାମ ଭତ୍ରା): ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର, ଅତିରିକ୍ତ ଜିଲ୍ଲାପାଳ ନିହାର ରଞ୍ଜନ କହଁର, ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ,  ଅକ୍ଷୟ କୁମାର ଖେମୁଣ୍ଡୁ, ଉପଜିଲ୍ଲାପାଳ ରମେଶ କୁମାର ଜେନା, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ବି ସରୋଜିନୀ ଦେବୀ, ସମିତି ଅଧ୍ୟକ୍ଷ କଣ୍ଠ ମାଝି ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l ଆଜି ମୋଟ ୧୪୦ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୧୧୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୨୩ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ୨ଜଣକୁ ରେଡକ୍ରସ ପାଣ୍ଠିରୁ ୩୫୦୦୦ ହଜାର ଟଙ୍କା ଜିଲ୍ଲାପାଳ ପ୍ରଦାନ କରିଛନ୍ତି l ଏହାପରେ ଜିଲ୍ଲାପାଳ ପ୍ରଶାସନିକ ଅଧିକାରୀ ମାନଙ୍କୁ ନେଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମୀକ୍ଷା ବୈଠକ କରିଥିଲେ l ଏହି ଅଭିଯୋଗ ଶିବିରରେ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.