ପ୍ରଫେସର ଦାଶରଥି ଦାସଙ୍କୁ କେନ୍ଦ୍ର ସାହିତ୍ୟ ଅକାଦେମୀ ପୁରସ୍କାର

ନୂଆଦିଲ୍ଲୀ,୫/୧୨ : ବିଭିନ୍ନ ଭାଷାରେ ଏବର୍ଷର କେନ୍ଦ୍ର ସାହିତ୍ୟ ଅକାଦେମୀ ପୁରସ୍କାର ଘୋଷଣା କରାଯାଇଛି। ଓଡ଼ିଆରେ ବିଶିଷ୍ଟ ସାହିତ୍ୟିକ ପ୍ରଫେସର ଡ.ଦାଶରଥି ଦାସ ‘ପ୍ରସଙ୍ଗ ପୁରୁଣା ଭାବନା ନୂଆ’ ପୁସ୍ତକ ପାଇଁ ଏହି ପୁରସ୍କାର ପାଇବେ । 

 

ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଚର୍ଚ୍ଚିତ ଗାଳ୍ପିକ, ପ୍ରାବନ୍ଧିକ ତଥା ସମାଲୋଚକ ପ୍ରଫେସର ଦାସ କେନ୍ଦ୍ରାପଡ଼ା ଜିଲ୍ଲାର ଅୟତପୁରଠାରେ ୧୭ ଜୁଲାଇ ୧୯୩୬ରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟ ଓ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ଅଧ୍ୟାପନା କରିଥିଲେ ଏବଂ ଦଶରୁ ଉର୍ଦ୍ଧ ପୁସ୍ତକ ରଚନା କରିସାରିଛନ୍ତି ।

ସାହିତ୍ୟ ସାଧନା ପାଇଁ ପୂର୍ବରୁ ସେ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ଶାରଳା ପୁରସ୍କାର, ଓଡ଼ିଶା ସାହିତ୍ୟ ଏକଡେମୀ ପୁରସ୍କାର, ବିଷୁବ ପୁରସ୍କାର ଆଦି ବହୁ ପୁରସ୍କାର ଓ ସମ୍ମାନ ପାଇସାରିଛନ୍ତି।

ସେହିପରି ଡ.ଗଗନେନ୍ଦ୍ରନାଥ ଦାସଙ୍କୁ ସାହିତ୍ୟ ଅକାଦେମୀ ଭାଷା ସମ୍ମାନ ଏବଂ ଡ.ପ୍ରଫୁଲ୍ଲ ତ୍ରିପାଠୀ ଓ ହଳଧର ନାଗଙ୍କୁ କୋଶଲି-ସମ୍ବଲପୁରୀ ଭାଷା ସମ୍ମାନ ପ୍ରଦାନ କରାଯିବ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.