ପ୍ରଗତି ଶିକ୍ଷାନୁଷ୍ଠାନରେ ୭୯ ତମ ସ୍ୱାଧୀନତା ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଭବାନୀପାଟଣା ସହର ନିକଟବର୍ତ୍ତୀ ରାଇସିଂପୁର ସ୍ଥିତ ପ୍ରଗତି ଶିକ୍ଷାନୁଷ୍ଠାନରେ ୭୯ ତମ ସ୍ୱାଧୀନତା ଦିବସ ମହାଆଡମ୍ବର ସହକାରେ ପାଳିତ ହୋଇଯାଇଛି ।

ଉକ୍ତ କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ତଥା ଲେଖକ ଶ୍ରୀଯୁକ୍ତ ଉମାଶାଙ୍କର କର  ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ  ପ୍ରଶାସନିକ ଅଧିକାରୀ ପ୍ରଣବ କୁମାର ପଣ୍ଡା, ଅଧ୍ୟକ୍ଷା ଆରସିୟା ସାଏଲା, ଚିନ୍ମୟ ଗୁରୁ, ଲୋକନାଥ ଖଡ଼ିକାର, ଶେଷଦେଵ ମୁଣ୍ଡ, ତାପସ ପରିମାଣିକ, ଆକାଶ ନନ୍ଦ, ଶାରୀରିକ ଶିକ୍ଷକ ଶଶୀଭୂଷଣ ଦାସ  ଓ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା, ଛାତ୍ରଛାତ୍ରୀ ତଥା ଅଭିଭାବକ ଅଭିଭାବିକା ଉପସ୍ଥିତ ଥିଲେ ।

ମୁଖ୍ୟ  ଅତିଥି ଶ୍ରୀଯୁକ୍ତ କରଙ୍କଦ୍ୱାରା ପତାକା ଉତ୍ତୋଳନ ପରେ ପରେ ଛାତ୍ରଛାତ୍ରୀମାନେ ଜାତୀୟ ସଙ୍ଗୀତ ଗାନ କରିଥିଲେ ।

ଏହି ଅବସରରେ ଅନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ପରେ ପରେ ସ୍ୱାଧୀନତା ଦିବସ ଅବସରରେ ପୂର୍ବରୁ ଅନୁଷ୍ଠିତ ହୋଇଥିବା ପ୍ରଯୋଗିତାର କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା ।

ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟାପିକା ଶୁଭଶ୍ରୀ ଜେନା ମଞ୍ଚ  ପରିଚାଳନା କରିଥିବା ବେଳେ ପ୍ରଶାସନିକ ଅଧିକାରୀ ପ୍ରଣବ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.