ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ; ଟାଙ୍ଗିଆରେ ହାଣି ମୁଣ୍ଡଗଣ୍ଡି କରିଦେଲେ ଅଲଗା

ଓଡ଼ିଆ ବାର୍ତ୍ତା/ ଜୁନାଗଡ଼ (ସ୍ବାସ୍ତିଦୀପ ଆଦିତ୍ୟ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ତଳଜାରିଙ୍ଗ ପଞ୍ଚାୟତର ଚେରମହୁଲ ଗ୍ରାମରୁ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟିକିଏ କଥା କଟାକଟିକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ତଲଜାରିଙ୍ଗ ଗ୍ରାମର ରଥ କନ୍ଦପାନ ଚେରମହୁଲ ଗ୍ରାମକୁ ଜାଲେଣି କାଠ ସଂଗ୍ରହ କରିବାକୁ ଯାଇଥିଲେ। ଏହି ସମୟରେ କୌଣସି କାରଣକୁ ନେଇ ଉକ୍ତ ଗ୍ରାମର ରତ୍ନା ମାଝୀ ଟାଙ୍ଗିଆରେ ତାଙ୍କୁ ହାଣି ହତ୍ୟା କରିଛନ୍ତି। ଖବର ପାଇ ଜୁନାଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.