କୋଲନରାରେ ରାୟଗଡ଼ା ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ଓଡ଼ିଆ ବାର୍ତ୍ତା/ କୋଲନରା (ପଦ୍ମନ ଭତ୍ରା): ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ ସଭାଗୃହ ଠାରେ ରାୟଗଡ଼ା ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକାରୀ ଅମୂଲ୍ୟ କୁମାର ଧର, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଉପଜିଲ୍ଲାପାଳ ରାୟଗଡଡ଼ା ଶ୍ରୀ ରମେଶ କୁମାର ଜେନା, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରୋଜିନୀ ଦେବୀ ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ । ଆଜି ମୋଟ ୬୬ ଟି ଅଭିଯୋଗର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୪୨ଟି ବ୍ୟକ୍ତିଗତ, ୨୧ଟି ସାମୁହିକ ଦରଖାସ୍ତ ଓ ୦୩ଟି ସ୍ୱାସ୍ଥ୍ୟ ସମସ୍ୟା ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ରେଡ଼କ୍ରସ ପାଣ୍ଠିରୁ ୦୩ଜଣଙ୍କୁ ୪୦,୦୦୦ଟଙ୍କାର ଆର୍ଥିକ ସହାୟତା ଜିଲ୍ଲାପାଳ ପ୍ରଦାନ କରିଥିଲେ । ସମସ୍ତ ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିବା ପରେ ଅଭିଯୋଗ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ପ୍ରଦାନ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ରାମ ଚନ୍ଦ୍ର ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଗୌର ହରି ସାହୁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଜିଲ୍ଲା ଯୋଗାଣ ଅଧିକାରୀ ଦଶରଥୀ ସୋରେନ,ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । କୋଲନରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ରିନା ପ୍ରଧାନ ଶିବିର ପରିଚାଳନା କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.