ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): ଜୟପାଟଣା ପଞ୍ଚାୟତ ସମିତି ସଭା ଗୃହରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧର୍ମରାଜ ମାଝୀଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଶିବିରରେ କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗ ଦେଇଥିବାବେଳେ, ସାମାଜିକ ସୁରକ୍ଷା ମଙ୍ଗଳ ବିଭାଗ, ବନ ବିଭାଗ, ମାତୃ ମଙ୍ଗଳ ଓ ଶିଶୁ ବିକାଶ, ରାଜସ୍ବ ବିଭାଗ ଏବଂ ପୋଲିସ ବିଭାଗ ଅଧିକାରୀମାନେ ଯୋଗଦେଇ ଜନସାଧାରଣଙ୍କ ଠାରୁ ଆସିଥିବା ଅଭିଯୋଗ ଗୁଡିକୁ ଗ୍ରହଣ କରିଥିଲେ। ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ କରାଯିବା ପାଇଁ ଜିଲ୍ଲାପାଳ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ।





