ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଲ): ଧର୍ମଗଡ଼ ବ୍ଲକ୍ ଲଖିରାମ ଅଗ୍ରୱାଲ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ବେହେରା ଠାରେ “ଏକ ପେଡ ମାଁ କେ ନାମ” ୨.୦ କାର୍ଯ୍ୟକ୍ରମରେ ବୃକ୍ଷ ରୋପଣ ସହିତ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ହୋଇ ଯାଇଛି। ରଞ୍ଜନ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ସଭା ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀମାନଙ୍କୁ ପୁରସ୍କାର କରାଯାଇଥିଲା। ପରେ ପରେ ସାମୁହିକ ବୃକ୍ଷ ରୋପଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଅକ୍ଷୟ କୁମାର ପଟ୍ଟନାୟକ, ନିକୁଞ୍ଜ ବିହାରୀ ସାହୁ, ଫକିର ଚଣ୍ଡି ଉପସ୍ଥିତ ଥିଲେ। ଯୁବ ରେଡକ୍ରସ୍ ସଂଯୋଜକ ମୋହନ ଚରଣ ବିଷି ଓ ଶାରୀରିକ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଯୁବ ରେଡକ୍ରସ୍ ସ୍ବେଚ୍ଛାସେବୀ ଓ ଛାତ୍ରଛାତ୍ରୀମାନେ କାର୍ଯ୍ୟକ୍ରମରେ ଭାଗନେଇଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଅଶୋକ ଚଣ୍ଡି ଓ ସାନୁର୍ଯ୍ୟ ଗୋପାଳ ସହଯୋଗ କରିଥିଲେ।