ଶିଶୁ ସୁରକ୍ଷା ବିଶେଷଜ୍ଞ କମିଟିର ଉପକାରାଗାର ପରିଦର୍ଶନ

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଆଜି ଓଡିଶା ସରକାରଙ୍କ ଗୃହ ବିଭାଗ ଦ୍ୱାରା ମନୋନୀତ ବିଶେଷଜ୍ଞ କମିଟି (ଶିଶୁ ସୁରକ୍ଷା ) ଓ ସୁବର୍ଣ୍ଣପୁର ଜିଲ୍ଲା ଆଇନ ସେବା ପ୍ରାଧିକାରଣ ସୁବର୍ଣ୍ଣପୁର ମିଳିତ ଭାବେ ସୋନପୁର ଉପକାରାଗାର ପରିଦର୍ଶନ କରିଛନ୍ତି l ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଦେବାଶିଷ ଦାସ ଙ୍କ ତତ୍ୱାବଧାନରେ କମିଟିର ସଦସ୍ୟ ପ୍ରଫେସର ନୀଳାମ୍ବର ଶତପଥୀ, ରାଜୀବ ଲୋଚନ ଗୁରୁ ପ୍ରମୁଖ ଉପକରାଗର କୁ ଯାଇ ଅନ୍ତେବାସୀଙ୍କ ସହ ଏକ ଶିବିର ଅନୁଷ୍ଠିତ ହେବା ସହିତ ଅନ୍ତେବାସୀଙ୍କ ସହ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିବା ସହିତ କୌଣସି ମାମଲାରେ ଆଇନ ସହ ଦ୍ବନ୍ଦରେ ଥିବା ଶିଶୁ କାରାଗାରରେ ଥିବା ଅନ୍ୟ କଏଦୀଙ୍କ ସହିତ ରହୁଛନ୍ତି କି ନାହିଁ କମିଟି ପକ୍ଷରୁ ଯାଞ୍ଚ କରିଥିଲେ l କିନ୍ତୁ ଆଇନ ସହ ଦ୍ବନ୍ଦରେ ଥିବା କୌଣସି ଶିଶୁ ପାଇ ନ ଥିଲେ l ପରିଦର୍ଶନ ସମୟରେ ଉପକାରାଗାରର ଡା. ପ୍ରସନ୍ନ କୁମାର ମିଶ୍ର ଉପସ୍ଥିତ ଥିବାବେଳେ ଉପକାରାଗାର ର ଅଧ୍ୟକ୍ଷ ଡିଲେଶ୍ୱର ଜେନା କମିଟିକୁ ସହଯୋଗ କରିଥିଲେ l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.