କେଓମାଲରେ ଆସ ସ୍କୁଲ ଯିବା ସଚେତନତା ପଦଯାତ୍ରା

ଓଡ଼ିଆ ବାର୍ତ୍ତା/ ଟିକ୍ରାପଡ଼ା (ରମାକାନ୍ତ ରାଜପଲିଆ): ସଇଁତଳା ବ୍ଲକ ଯୁରାବନ୍ଧ ପଞ୍ଚାୟତ କେଓମାଲ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ତରଫରୁ ପ୍ରଧାନ ଶିକ୍ଷକ ରାଜେନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଆସ ସ୍କୁଲ ଯିବା ସମ୍ପର୍କିତ ଶିକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଧାରୁ ପାଠ ଛାଡିଥିବା, ନାମ ଲେଖାଇ ନ ଥିବା, ବିଦ୍ୟାଳୟ ବାହାରେ ରହିଥିବା ପିଲାଙ୍କୁ ଶିକ୍ଷାର ମୁଖ୍ୟ ସ୍ରୋତରେ ସାମିଲ କରାଇବା ଉଦ୍ଦେଶ୍ୟରେ ବରିଷ୍ଠ ଶିକ୍ଷକ ଦୟାସାଗର ପାଣ୍ଡେଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀମାନେ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରିଥିଲେ | ଖେଳ ଶିକ୍ଷକ ନରସିଂହ ସ୍ବାମୀ ନାଇଡୁ, ସଂସ୍କୃତ ଶିକ୍ଷକ ସଞ୍ଜୀବ କୁମାର ପ୍ରଧାନ, ସହକାରୀ ଶିକ୍ଷକ ସୁଶାନ୍ତ ଭୋଇ, ବିଦ୍ୟାଳୟ ପରିଚାଳନା ସମିତି ସଦସ୍ୟା ଲକ୍ଷ୍ମୀପ୍ରିୟା ଗୁରାଣ୍ଡି, ପିଙ୍କି ପ୍ରଧାନୀ ପ୍ରମୁଖ ଉପସ୍ଥିତ ରହିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.