ଓଡ଼ିଆ ବାର୍ତ୍ତା/ ଖୋର୍ଦ୍ଧା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସ ପାଳନ ଉପଲକ୍ଷେ ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ସେବାପକ୍ଷ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ସିଦ୍ଧେଶ୍ବରୀ ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଶ୍ରୀ ଦୀପ୍ତିରଞ୍ଜନ ଦାସଙ୍କ ନେତୃତ୍ୱରେ ଆୟୋଜିତ ଗମ୍ଭାରୀମୁଣ୍ଡା ବଜାରରେ ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମରେ ବରିଷ୍ଠ ବିଜେପି ନେତା ତଥା ବିଶିଷ୍ଟ ସମାଜସେବୀ ଡ଼ାଃ ସୁରେନ୍ଦ୍ର ନାଥ ଦାସ, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଶ୍ରୀ ଦୁଷ୍ମନ୍ତ ହରିଚ଼ନ୍ଦନ, ବିଜେପି ନେତା ଶ୍ରୀ ରମେଶଚନ୍ଦ୍ର ସାମନ୍ତସିଂହାର, ଶ୍ରୀ ସୌମ୍ୟରଞ୍ଜନ ସାମନ୍ତସିଂହାର, ୧୪ ନଂ ଜୋନ୍ ଜିଲ୍ଲା ପରିଷଦ ସଭ୍ୟାଙ୍କ ପ୍ରତିନିଧି ଶ୍ରୀ ତପନ ପ୍ରଧାନ, ଦେଓଗାଁ ଗ୍ରା:ପ ର ସରପଞ୍ଚଙ୍କ ପ୍ରତିନିଧି ଶ୍ରୀ ଶରତ ଛାଟୋଇ, କୁଲେଇ ଗ୍ରା:ପ ସରପଞ୍ଚଙ୍କ ପ୍ରତିନିଧି ଶ୍ରୀ ପ୍ରକାଶ ବେହେରା, ଡଃ ଅଶୋକ ସାହୁ, ଶ୍ରୀ ମନୋଜ ପ୍ରଧାନ, ଶ୍ରୀ ସ୍ମୃତିରଞ୍ଜନ ମାନସିଂହ, ଶ୍ରୀ ଜଗନ ପାଟ୍ଟଶାଣୀଙ୍କ ସମେତ ମଣ୍ଡଳର ଶତାଧିକ କାର୍ଯ୍ୟକର୍ତ୍ତା ଯୋଗଦେଇ ସଫେଇ କାର୍ଯ୍ୟ କରିଥିଲେ।