ବିଶ୍ଵନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ ଅନ୍ତର୍ଗତ ସ୍ବାସ୍ଥ୍ୟ ଶିବିର ବିଶ୍ଵନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ଏହି ଶିବିରରେ ପ୍ରସୂତି ଓ ସ୍ତ୍ରୀରୋଗ ବିଶେଷଜ୍ଞ ଡ଼ା.ଅମ୍ବାଟି ନାଏକ, ଶିଶୁ ରୋଗ ବିଶେଷଜ୍ଞ ଡ଼ା. ପି.ସି ଆଚାର୍ଯ୍ୟ, ଚକ୍ଷୁରୋଗ ବିଶେଷଜ୍ଞ ଡ଼ା. ସୁଶ୍ରୀ ସ୍ମୃତିସାହୁ, ଦାନ୍ତରୋଗ ବିଶେଷଜ୍ଞ ଡ଼ା. ସୈାରଭ ମିଶ୍ର ପ୍ରମୁଖ ଯୋଗଦେଇ ରୋଗୀ ମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଏଥିରେ ବ୍ଳକର ୨୬ ଗୋଟି ପଞ୍ଚାୟତରୁ ମୋଟ ୩୪୦ ଜଣ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ପଞ୍ଜିକରଣ କରିଥିଲେ। ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଧିକାରୀ ଭବାନୀ ଶଙ୍କର ଲେଙ୍କାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗଦେଇ ଥିବା ବେଳେ ବିଶିଷ୍ଟ ଅତିଥି ଭାବେ ଲାଞ୍ଜିଗଡ଼ ବିଡ଼ିଓ ଶଶାଙ୍କ ପାତ୍ର, ସମ୍ମାନୀତ ଅତିଥି ଭାବେ ବିଧାୟକ ପ୍ରତିନିଧି ପ୍ରଦିପ ଘଡେ଼ଇ, ଉପାଧ୍ୟକ୍ଷ ସଞ୍ଜିବ କୁମାର ନାୟକ, ପୂର୍ବତନ ଉପାଧ୍ୟକ୍ଷ ଜଗଦୀଶ ବେନିଆ, ସମାଜସେବୀ ହରିଶଙ୍କର ପାତ୍ର, ଲକ୍ଷ୍ମୀଧର ସନ୍ତୋଷ ରାୟ, ତୁଳସୀ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଲିପ କୁମାର ଦୁବେ,ଲାଞ୍ଜିଗଡ ବ୍ଲକ ସ୍ୱାସ୍ଥ୍ୟ ବିଭାଗ ପିଏଚଇଓ ଦିବାକର ପ୍ରଧାନ, ଫାର୍ମାସିଷ୍ଟ ବି ନେତ୍ରାନନ୍ଦ ସୁବୁଦ୍ଧି , ବିଏଏମ ମିତ୍ରଭାନୁ ଦାସ, ବିଡିଏମ ମକରଧ୍ବଜ ନାଏକ, ଏସଟିଏସ ସମ୍ବିତ ରଥ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଲାଞ୍ଜିଗଡ଼ରୋଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ ରବିନ୍ଦ୍ର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏଥିରେ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.