ଦେବୀ ଦୁର୍ଗାଙ୍କ ବିଜୟାଭିଷେକ ଦିବସ ‘ବିଜୟା ଦଶମୀ’

ସନାତନ ସଂସ୍କୃତିରେ ‘ଦୁର୍ଗା ପୂଜା’ର ବିଶେଷ ଗୁରୁତ୍ୱ ରହିଛି।  ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନ ହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ। ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ, ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ। ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ। ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ। ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ୱିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ୱିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ। ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ, ଏହା ଦେବତାମାନଙ୍କଦ୍ୱାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ। 

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.