ଓଡ଼ିଆ ବାର୍ତ୍ତା/ ଗୋଲାମୁଣ୍ଡା (ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ ଅନ୍ତର୍ଗତ ଚିଚିଆ ସ୍ଥିତ ସେମିଲିଆନ୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ରେଡକ୍ରସ ସ୍ବେଚ୍ଛାସେବୀ ମାନଙ୍କପାଇଁ ଅନ୍ତର୍ଭୁକ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ (ଇଣ୍ଡକ୍ସନ୍ ଟ୍ରେନିଂ ପ୍ରୋଗ୍ରାମ) ଏବଂ ବିଶ୍ବ ହାତଧୂଆ ଦିବସ ପାଳିତ ହୋଇଯାଇଛି l ଅଧ୍ୟକ୍ଷ ପୃଥ୍ୱୀରାଜ ପ୍ରଧାନ ରେଡକ୍ରସ୍ ପତାକା ଉତ୍ତୋଳନ ପୂର୍ବକ ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି ଯୁବ ରେଡକ୍ରସର ଶପଥ ପାଠ କରାଇବା ସହ ଛାତ୍ର ଛାତ୍ରୀ ମାନଙ୍କ ବ୍ୟକ୍ତିତ୍ଵର ବିକାଶ ପାଇଁ ସମାଜସେବାରେ ବ୍ରତୀ ହେବାକୁ ଆହ୍ଵାନ ଦେଇଥିଲେ। ଅଧ୍ୟକ୍ଷଙ୍କ ସଭାପତିତ୍ବରେ ଆୟୋଜିତ ସଚେତନତା ସଭାରେ ମୁଖ୍ୟ ଅତିଥି ଭାବେ ଯୁବ ରେଡକ୍ରସ୍ ଜିଲ୍ଲା ଆବାହକ ସମ୍ପାଦକ ତଥା ମା ମାଣିକେଶ୍ଵରୀ ବିଶ୍ଵ ବିଦ୍ୟାଳୟର ଇଂରାଜୀ ବିଭାଗର ସହକାରୀ ପ୍ରଫେସର ସଞ୍ଜୀବ କୁମାର ସାହୁ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଯୁବ ରେଡକ୍ରସର ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ବାନ ଦେବା ସହ ସ୍ୱେଚ୍ଛାକୃତ ରକ୍ତଦାନର ମହତ୍ତ୍ଵ ବିଷୟରେ ଆଲୋକପାତ କରିଥିଲେ । ସମ୍ମାନୀତ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ଯୁବ ରେଡକ୍ରସ୍ ସଂଯୋଜକ ତଥା ସର୍ଵ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଗୋଲାମୁଣ୍ଡାର ଶିକ୍ଷା ବିଭାଗ ଅଧ୍ୟାପକ ଶାନ୍ତନୁ କୁମାର ପରିଡ଼ା ରେଡକ୍ରସର ଇତିହାସ ଓ ବିକାଶ, ମୌଳିକ ନୀତି ଓ ଚିହ୍ନ ବିଷୟରେ ଆଲୋକପାତ କରିଥିଲେ ଓ ଲଖିରାମ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବେହେରାର ଯୁବ ରେଡକ୍ରସ୍ ପରାମର୍ଶଦାତା ତଥା ରାଜନୀତି ବିଜ୍ଞାନ ଅଧ୍ୟାପକ ମୋହନ ଚରଣ ବିଶି ପ୍ରାଥମିକ ସହାୟତା ବିଷୟରେ ଆଲୋଚନା କରିଥିବା ବେଳେ ଗୋଲାମୁଣ୍ଡା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାତ କୁମାର ଖମାରୀ ସମାଜ ସେବାରେ ସ୍ୱେଚ୍ଛାସେବୀ ମାନଙ୍କ ଭୂମିକା ବିଷୟରେ ଆଲୋଚନା କରିଥିଲେ । ଯୁବ ରେଡକ୍ରସ୍ ପରାମର୍ଶଦାତା ଅଧ୍ୟାପକ ଡ . ନୃସିଂହାନନ୍ଦ ସାସମଲ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଇତିହାସ ଅଧ୍ୟାପକ ଗୋପାଳ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l ଉକ୍ତ କାର୍ଯ୍ଯକ୍ରମକୁ ସଫଳ ରୂପ ଦେବାରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କର୍ମଚାରୀ ଯତୀନ୍ଦ୍ର ମୋହନ ମୁଣ୍ଡ୍, ସୁଜନ ଅଘରିଆ, ପ୍ରମୋଦ ଗୁରୁ, ଜନ୍ମେଜୟ ରାଉତ, ସୁବାସ ଚନ୍ଦ୍ର ପଣ୍ଡା ତଥା ଯୁବ ରେଡକ୍ରସ ସ୍ବେଚ୍ଛାସେବୀ ଛାତ୍ର ଛାତ୍ରୀମାନେ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ ।