ଲଡୁଗାଁ ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ବ୍ଲକ ଅଧିନ ଲଡୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୫ ଅନୁଷ୍ଠିତ ହୋଇଛି। ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଲଡୁଗାଁ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବୁଦ୍ଧିରାମ ନାଏକ, ମୁଖ୍ୟବକ୍ତା ଉମେଶ ଚନ୍ଦ୍ର ସାହୁ, ପ୍ରେମଲାଲ ସାହୁ, ଜୟନ୍ତ ଦିଶାରୀ, ବିଶ୍ୱଜିତ ମେହେର, ସିଆରସିସି ଫାଳଗୁନି ବାଣୁଆ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ପୂଜାର୍ଚନା ପରେ ଶୁଭ ଉଦଘାଟନ କରିଥିଲେ। ୨୬ ଗୋଟି ପ୍ରତିଯୋଗିତାରେ ଶତାଧିକ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିବା ବେଲେ ୭୮ ଜଣ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। କାର୍ଯ୍ୟକ୍ରମରେ ପର୍ଯ୍ୟବେକ୍ଷକ ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ କୁମାର ଭାଟି, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦୟାନିଧି ପାଢ଼ୀ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ମୁଖ୍ୟବକ୍ତା ପଙ୍କଜମୁଖ ଚୌଧୁରୀ, ସଞ୍ଜୟ ଅଗ୍ରୱାଲ, ସିଆରସିସି ଫାଳଗୁନି ବାଣୁଆ, ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବୁଦ୍ଧିରାମ ନାଏକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ରହି କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ସୁଶ୍ରୀ ଶୃତିମୟୀ ଦୁର୍ଗା ମଞ୍ଚ ପରିଚାଳନା କରିଥିବା ବେଲେ ସିଆରସିସି ଫାଳଗୁନି ବାଣୁଆ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ଲଡୁଗାଁ କ୍ଲଷ୍ଟର ସମସ୍ତ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ଓ ସରକାରୀ ଉଚ୍ଚ ବିଦ୍ୟାଳୟ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.