ନୂଆପଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ଶେଷ: ୧୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନ ପତ୍ର 

ଓଡ଼ିଆ ବାର୍ତ୍ତା/ ନୂଆପଡ଼ା: ସୋମବାର ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ନାମାଙ୍କନ ଶେଷ ହୋଇଛି। ଏଥିରେ ସର୍ବମୋଟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଜେପିରୁ ଜୟ ଢୋଲକିଆ, କଂଗ୍ରେସର ଘାସିରାମ ମାଝୀ, ବିଜେଡିର ସ୍ନେହାଙ୍ଗିନୀ ଛୁରିଆ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜାରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି ଭାବେ ସ୍ବାଧୀନ ପ୍ରାର୍ଥୀ ଆଶ୍ରୟ ମହାନନ୍ଦ, ଇଂ. ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା, କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ, ଲୋଚନ ମାଝୀ, ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ, ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀକାନ୍ତ ତାଣ୍ଡି ପ୍ରମୁଖ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.