ଜିଲ୍ଲାସ୍ତରୀୟ ଯୁବ ରେଡକ୍ରସ୍ ଶିବିର ଉଦ୍ଘାଟିତ

ଓଡ଼ିଆ ବାର୍ତ୍ତା/ ଭବାନୀପାଟଣା (ଅଲତାଫ ଅଲ୍ଲୀ ଖାଁ): ତ୍ରି ଦିବସୀୟ ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ୍ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର କଳାହାଣ୍ଡି ଜିଲ୍ଲାର ବୋର୍ଡା ସ୍ଥିତ ଚନ୍ଦ୍ରିକା ଜୈନ ଡିଗ୍ରୀ ମହାବିଦ୍ୟାଳୟଠାରେ ଉଦଘାଟିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଦିଲେଶ୍ୱର ନିଆଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ମାଁ ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟ ଭବାନିପାଟଣା ର ଭାରପ୍ରାପ୍ତ କୁଳପତି ଡ. ନିବେଦିତା ନାଥ ଯୋଗଦେଇ ଯୁବ ରେଡକ୍ରସ୍ ଆଦର୍ଶରେ ଅନୁପ୍ରାଣୀତ ହେବା ପାଇଁ ଆହ୍ବାନ ଦେଇଥିଲେ। ଜିଲ୍ଲା ଯୁବ ରେଡକ୍ରସ୍ ଆବାହକ ସଂପାଦକ ସଂଜିବ କୁମାର ସାହୁ ଶିବିରର ଉଦ୍ଦେଶ୍ୟ ଓ ଜିଲ୍ଲା ସଂଯୋଜକ ଶାନ୍ତନୁ କୁମାର ପରିଡ଼ା ଶିବିରର ନିୟମାବଳୀ ବିଷୟରେ ଆଲୋକପାତ କରିଥିଲେ। ମହାବିଦ୍ୟାଳୟର ଯୁବ ରେଡକ୍ରସ୍ ପରାମର୍ଶଦାତା ସଞ୍ଜୀବ କୁମାର ସଗରିଆ ସ୍ଵାଗତ ଅଭିଭାଷଣ ଓ ଧନ୍ୟବାଦ ଅର୍ପଣ କରିଥିଲେ। ଯୁବ ରେଡକ୍ରସ ପରାମର୍ଶଦାତା ମୋହନ ଚରଣ ବିଶି ମଞ୍ଚ ସଂଯୋଜନା ଓ ଦମୟନ୍ତୀ, ଜ୍ୟୋତିକା, ରୋଜାଳି, ସୁହାନୀ, ଶିବାନି ସ୍ବାଗତ ସଂଗୀତ ପରିବେଷଣ କରିଥିଲେ। ଏହି ଶିବିରରେ ଭବାନୀପାଟଣା ଉପଖଣ୍ଡର ବିଭିନ୍ନ ମହାବିଦ୍ୟାଳୟର ଶତାଧିକ ପରାମର୍ଶଦାତା ଓ ସ୍ବେଚ୍ଛାସେବୀ ଛାତ୍ରଛାତ୍ରୀ ଯୋଗ ଦେଇଛନ୍ତି। ଶିବିରର ତୃତୀୟ ଦିବସରେ ଏକ ରକ୍ତଦାନ ଶିବିର ଆୟୋଜନ ହେବା ପାଇଁ ସ୍ଥିର କରାଯାଇଛି। ଶିବିରରର ପରିଚାଳନାରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ, ସ୍ବେଚ୍ଛାସେବୀ ଛାତ୍ରୀମାନେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.