ସ୍ବତନ୍ତ୍ର ଶିକ୍ଷକ ପଦବୀ ଅନୁମୋଦନ ହୋଇଥିବାରୁ ଓଏସଇଏଫଡ଼ି ସଂଘ ପକ୍ଷରୁ ଆଇନ ମନ୍ତ୍ରୀଙ୍କୁ‌ ଧନ୍ୟବାଦ ଜ୍ଞାପନ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଓଡ଼ିଶା ପ୍ରଦେଶରେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି କରିବା ପାଇଁ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର୍ ଦିବ୍ୟାଙ୍ଗ ସଂଘ(ଓଏସଇଏଫଡ଼ି) ୨୦୧୭ ମସିହାରୁ ଅଦମ୍ୟ ପ୍ରଚ଼େଷ୍ଟା ଓ ସଂଘର୍ଷ,ଓଡ଼ିଶା ବିଧାନସଭାର ସମ୍ମାନନୀୟା ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମାନ୍ୟବର ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ, ମାନ୍ୟବର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ, ମାନ୍ୟବର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଇଂ ବିଶେଶ୍ୱର ଟୁଡୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଓ ଓଡ଼ିଶା ସରକାରଙ୍କ ସମର୍ଥନରେ ଓଡ଼ିଶା ପ୍ରଦେଶରେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ହେବ ବୋଲି ଓସେପା ପକ୍ଷରୁ ସୂଚନା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ସଂଘ ପକ୍ଷରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚ଼ରଣ ମାଝି, ମାନନୀୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଙ୍କୁ ଆନ୍ତରିକ ଧନ୍ୟବାଦ୍ ଜ୍ଞାପନ କରାଯାଇଛି। ଆଜି ଏହି ଅବସରରେ ଓଡ଼ିଶାର ଅନେକ ଜିଲ୍ଲାର ସଂଘର ନେତୃବୃନ୍ଦ ଆସି ମାନନୀୟ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କୁ ସାକ୍ଷାତ କରି ଧନ୍ୟବାଦ୍ ଜ୍ଞାପନ କରିବା ସହ ସମ୍ବର୍ଦ୍ଧିତ କରିଛନ୍ତି।ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କୁ ସ୍ବାବଲମ୍ବୀ ଓ ସଶକ୍ତିକରଣ କରିବା ପାଇଁ ଲୋକଙ୍କ ସରକାର ଯେଉଁ ଯୁଗାନ୍ତକାରୀ ଓ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି, ତାହା ଅତ୍ୟନ୍ତ ପ୍ରଶଂସନୀୟ ଓ ଅଭିନନ୍ଦନୀୟ ବୋଲି ସଂଘ ପକ୍ଷରୁ କୁହାଯାଇଛି। ଏହି ସମ୍ବର୍ଦ୍ଧନା ସମାରୋହରେ ରାଜ୍ୟ ସଭାପତି ଶ୍ରୀ ସୂର୍ଯ୍ୟକାନ୍ତ ବେହେରା, ସଂପାଦକ ଶ୍ରୀ ଆୟୁଷ୍ମାନ ଚୌଧୁରୀ, ଉପସଭାପତି ଶ୍ରୀ ବିଶ୍ବବିଜୟୀ ଦାଶ, କୋଷାଧ୍ୟକ୍ଷ ଶ୍ରୀ ଅଭିଷେକ ଆଚାର୍ଯ୍ୟ, ଯୁଗ୍ମ ସମ୍ପାଦିକା ଆର୍ଷି ଉପାସନା କର, ସହ-କୋଷାଧ୍ୟକ ଶ୍ରୀ ପ୍ରିୟବ୍ରତ ରାଉତଙ୍କ ସମେତ ସମସ୍ତ ଜିଲ୍ଲାର ନେତୃମଣ୍ଡଳୀ ମାନେ ଯୋଗ ଦେଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.