୯ରେ ନୂଆପଡ଼ା ଆସିବେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ 

ଦଳୀୟ ପ୍ରାର୍ଥୀ ରମାକାନ୍ତ ହାତୀଙ୍କ ପାଇଁ କରିବେ ପ୍ରଚାର 

ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ସମାଜବାଦୀ ପାର୍ଟିର ଓଡ଼ିଶା ପ୍ରଭାରୀ ସୁନୀଲ ସିଂ ଯାଦବ 

ଓଡ଼ିଆ ବାର୍ତ୍ତା/ ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ଆସନ୍ତା ନଭେମ୍ବର ୧୧ରେ ହେବ ମତଦାନ। ୯ ତାରିଖ ପ୍ରଚାରର ଶେଷ ଦିନ। ବର୍ତ୍ତମାନ ଉପନିର୍ବାଚନକୁ ନେଇ ନୂଆପଡ଼ାର ରାଜନୈତିକ ପାଣିପାଗ ସରଗରମ ରହିଛି। ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ ୯ ତାରିଖ ଦିନ ନୂଆପଡ଼ା ଆସୁଛନ୍ତି। ସେ ଦଳୀୟ ପ୍ରାର୍ଥୀ ରମାକାନ୍ତ ହାତୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବେ। ନୂଆପଡ଼ା ସଦର ସ୍ଥିତ ପୋଲିସ୍ ପଡିଆରେ ହେବାକୁ ଥିବା ଜନସଭାରେ ମଧ୍ୟାହ୍ନ ୧ଟାରେ ନୂଆପଡ଼ାବାସୀ ତଥା ଓଡ଼ିଶାର ଜନସାଧାରଣଙ୍କୁ ସମ୍ବୋଧିତ କରିବେ ଅଖିଳେଶ। ଏନେଇ ଶୁକ୍ରବାର ଦିନ ସୂର୍ଯ୍ୟ ନଗରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସମାଜବାଦୀ ପାର୍ଟିର ଓଡ଼ିଶା ପ୍ରଭାରୀ ସୁନୀଲ ସିଂ ଯାଦବ। ଏହି ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସମାଜବାଦୀ ପାର୍ଟିର ଓଡ଼ିଶା ପ୍ରଦେଶ ସଭାପତି ଶିବ ହାତୀ ଯାଦବ, ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସଚୀବ ତନବୀର ଅହମ୍ମଦ, ସମାଜବାଦୀ ପାର୍ଟିର ଓଡ଼ିଶା ପ୍ରଦେଶ ମିଡ଼ିଆ ସେଲ୍ ଅଧ୍ୟକ୍ଷ ପ୍ରଦୀପ ମିଶ୍ର ଓ ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ସମାଜବାଦୀ ପାର୍ଟି ବିଧାୟକ ପ୍ରାର୍ଥୀ ରମାକାନ୍ତ ହାତୀ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.