କଳାହାଣ୍ଡି ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଉଦଯାପିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଭବାନୀପାଟଣା ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ପରିସରରେ କଳାହାଣ୍ଡି ଜିଲ୍ଲାସ୍ତରୀୟ ସୁରଭି-୨୦୨୫ ଆୟୋଜିତ ହୋଇଯାଇଛି। 

ଏଥିରେ ଜିଲ୍ଲା ଅନ୍ତର୍ଗତ ୧୩ଟି ବ୍ଲକରୁ ପ୍ରଥମ ହୋଇ ଆସିଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ କଣ୍ଠ ସଙ୍ଗୀତ, ପ୍ରବନ୍ଧ, ବକ୍ତୃତା, ବିତର୍କ, ପିଏମ୍ ପୋଷଣ ଚିତ୍ରକଳା ଓ ଶିଳ୍ପକଳା, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, କୁଇଜ୍, ଓଡ଼ିଆ ହସ୍ତାକ୍ଷର ଓ ଶୃତଲିଖନ, ଚିତ୍ରାଙ୍କନ ପ୍ରଭୃତି ପ୍ରତିଯୋଗିତା ଆୟୋଜିତ ହୋଇଥିଲା। 

ଉଦଯାପନୀ ସମାରୋହରେ  ଜିଲ୍ଲା ଶିକ୍ଷାଧିକାରୀ ରାଧାକାନ୍ତ ଛତ୍ରି ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ ଦରୱାନ, ସ୍ବତନ୍ତ୍ର ଅତିଥି ଭାବେ ଭାରତୀୟ ପ୍ରଶାସନିକ ସେବାର ଶିକ୍ଷାନବୀସ ଅନିମେଷ ପ୍ରଧାନ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ବ୍ରହ୍ମପୁର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ପବିତ୍ର ମୋହନ ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ହେମସାଗର ମହାନନ୍ଦ, ନର୍ଲା ଗୋଷ୍ଠୀ ଶିକ୍ଷାଧିକାରୀ ତପିମଣି ଜାନି, ଜିଲ୍ଲା ଶାରୀରିକ ନିରୀକ୍ଷକ ରୂପସିଂ ରାଉତ, ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଷଷ୍ଠୀ ଝାଙ୍କର, ସମଗ୍ର ଶିକ୍ଷାର ଶୈକ୍ଷିକ ସଂଯୋଜିକା ଶ୍ରଦ୍ଧାଞ୍ଜଳି ଦାଶଙ୍କ ସମେତ ସମସ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ମଞ୍ଚାସୀନ ଥିଲେ। 

ସିଆରସିସି ଡିଲେଶ୍ୱର ରଣା ସଭା ପରିଚାଳନା କରିଥିଲେ। କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କାର ବିତରଣ କରିଥିଲେ। ସମସ୍ତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନେ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ରେ ଯୋଗ ଦେବେ ବୋଲି ଜିଲ୍ଲା ଶିକ୍ଷାଧିକାରୀ ସୂଚନା ଦେଇଛନ୍ତି। 

କାର୍ଯ୍ୟକ୍ରମରେ ଆୟୋଜକ କମିଟିର ସମସ୍ତ ସଦସ୍ୟ ସଦସ୍ୟା, ଡିପିସି ଓ ଡିଇଓ ଅଫିସର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.