ଜଙ୍ଗଲ ରାସ୍ତା କଡ଼ରୁ ଅଜଣା ଯୁବତୀର ଝୁଲନ୍ତା ଶବ ଉଦ୍ଧାର

ଓଡ଼ିଆ ବାର୍ତ୍ତା/ ବାଲିଗୁଡା (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବୁଡ୍ରୁକିଆ ପଞ୍ଚାୟତର ଡପାସାହି ନିକଟସ୍ଥ ଏକ ଜଙ୍ଗଲ ମଧ୍ୟରେ ଅଜଣା ଯୁବତୀର ଝୁଲନ୍ତା ମୃତ ଶରୀର ଜବତ କରିଛି ବାଲିଗୁଡ଼ା ପୋଲିସ l ଘଟଣାରୁ ପ୍ରକାଶ ଯେ, ଉକ୍ତ ଗ୍ରାମର କିଛି ବ୍ୟକ୍ତି ଜଙ୍ଗଲ ରାସ୍ତା ଦେଇ ଯାଉଥିବା ବେଳେ ଗଛରେ ଝୁଲନ୍ତା ମୃତ ଶରୀର କୁ ଦେଖି ସଙ୍ଗେ ସଙ୍ଗେ ପୋଲିସ କୁ ଜଣାଇଥିଲେ l ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଶବକୁ ଜବତ କରି କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଛି, ସେ ନେଇ ବାଲିଗୁଡ଼ା ପୋଲିସ୍ ଅଧିକ ଛାନ୍ ଭିନ୍ କରୁଥିବା ଜଣାପଡିଛି। ଉପଖଣ୍ଡ ଆରକ୍ଷୀ ଅଧକାରୀ ରାମେନ୍ଦ୍ର ପ୍ରସାଦ ଙ୍କ ନିର୍ଦ୍ଦେଶ ପ୍ରକାରେ ଥାନା ଅଧିକାରୀ ସମ୍ବିତ ସ୍ୱାଇଁ ଏହି ଘଟଣାରେ ଅଧିକ ତଦନ୍ତ ପାଇଁ ସାଇଣ୍ଟଫିକ ଟିମ୍ ସହିତ ଯୋଗାଯୋଗ କରିଥିବା ସୂଚନା ମିଳିଛି। ଏ ପର୍ଯ୍ୟନ୍ତ ଯୁବତୀଙ୍କ ପରିଚୟ ମିଳି ପାରିନଥିବା ବେଳେ ଘଟଣାକୁ ନେଇ ଅଞ୍ଚଳରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.