ବିଜୟ ଦ୍ଵିବେଦୀ ସ୍ମୃତି ସମ୍ମାନ ପାଇଲେ ନର୍ଲାର ବରିଷ୍ଠ ସାମ୍ବାଦିକ ଅଭିରାମ ନନ୍ଦ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଓଡ଼ିଶା ସାମ୍ବାଦିକ ୟୁନିଅନ (ଓୟୁଜେ)ର ରାଜ୍ୟସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳନ ଅବସରରେ ବିଜୟ ଦ୍ଵିବେଦୀ ସ୍ମୃତି ସମ୍ମାନରେ ସମ୍ମାନିତ ହୋଇଛନ୍ତି ନର୍ଲାର ସାମ୍ବାଦିକ ଅଭିରାମ ନନ୍ଦ। କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ୟୁନିଅନର ନେତୃତ୍ଵରେ ଏବଂ ଜୁନାଗଡ଼ ସାମ୍ବାଦିକ ୟୁନିଅନର ସହଯୋଗରେ ରବିବାର ଦିନ ଜୁନାଗଡ଼ ସ୍ଥିତ ଅଗ୍ରସେନ ଭବନ ଠାରେ ଓୟୁଜେର ରାଜ୍ୟସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ନର୍ଲା ବ୍ଲକ ସାମ୍ବାଦିକ ୟୁନିଅନ (ଓୟୁଜେ)ର ବରିଷ୍ଠ ସାମ୍ବାଦିକ ଅଭିରାମ ନନ୍ଦଙ୍କୁ ଜୀବନ ବ୍ୟାପି ସାଧନା ପାଇଁ କାର୍ଯ୍ୟକ୍ରମର ମୁଖ୍ୟ ଅତିଥି କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀ, ସ୍ବତନ୍ତ୍ର ଅତିଥି ଧର୍ମଗଡ଼ ବିଧାୟକ ସୁଧିର ରଞ୍ଜନ ପଟ୍ଟଯୋଶୀ, ମୁଖ୍ୟ ବକ୍ତା ଓଡ଼ିଶା ସାମ୍ବାଦିକ ୟୁନିଅନ (ଓୟୁଜେ) ସଭାପତି ପ୍ରସନ୍ନ ମହାନ୍ତି, ସମ୍ମାନିତ ଅତିଥି କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ, ଜୁନାଗଡ଼ ବ୍ଲକର ପୂର୍ବତନ ଅଧ୍ୟକ୍ଷ ମନୋଜ ମେହେର, ଜଗନ୍ନାଥ ସେବା ସମିତି ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ଅଗ୍ରୱାଲ, ବିଶିଷ୍ଟ ସମାଜସେବୀ ଦୁର୍ଗାପ୍ରସାଦ ନାଏକ, କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ୟୁନିଅନର ସଭାପତି ତଥା ଓଡ଼ିଶା ସାମ୍ବାଦିକ ୟୁନିଅନ (ଓୟୁଜେ)ର ସାଧାରଣ ସମ୍ପାଦକ କମ୍ବୁପାଣି ମିଶ୍ର, ବଲାଙ୍ଗୀର ଜିଲ୍ଲା ସାମ୍ବାଦିକ ୟୁନିଅନ ସଭାପତି ବଦ୍ରି ନାରାୟଣ ମିଶ୍ର, ଜିଲ୍ଲା କାର୍ଯ୍ୟକାରୀ ସଭାପତି ବିରଞ୍ଚି ନାରାୟଣ ଜାଲ, ଜିଲ୍ଲା ସାଧାରଣ ସମ୍ପାଦକ ସନ୍ତୋଷ କୁମାର ସିଂଦେଓ ପ୍ରମୁଖ ଉପସ୍ଥିତ ରହି ଉପଢୌକନ ଓ ମାନପତ୍ର ଦେଇ ସମ୍ମାନିତ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.