ସଡ଼କ ସୁରକ୍ଷା ସଚେତନ ଶୋଭାଯାତ୍ରା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): କଳାହାଣ୍ଡି ଜିଲ୍ଲା ମ.ରାମପୁର ଦୁର୍ଗା ମାଧବ ସରକାରୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ସଡ଼କ ସୁରକ୍ଷା ସଚେତନ ସପ୍ତାହ ଅବସରରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ଆଚାରୀଙ୍କ ନେତୃତ୍ୱରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଏକ ଶୋଭାଯାତ୍ରାରେ ବାହାରି ସଡ଼କ ସୁରକ୍ଷା ନେଇ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ। ଶିକ୍ଷକ ଶମ୍ଭୁ ଭୁଷଣ ସାହୁ, ଶେଷ ଦେବ ସାହୁ, ଶିକ୍ଷୟିତ୍ରୀ ଦିପ୍ତିମୟୀ ପରିଡ଼ାଙ୍କ ସମେତ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.