ପଞ୍ଚାୟତ ମହାବିଦ୍ୟାଳୟ ଧର୍ମଗଡ଼ରେ ନିଶା ମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ଧର୍ମଗଡ଼ (ଲବଣୀ ରାଉତ): ପଞ୍ଚାୟତ ମହାବିଦ୍ୟାଳୟ ଧର୍ମଗଡ଼ର ଏନ୍ଏସ୍ଏସ୍ କୋ-ୟୁନିଟ ଦ୍ଵାରା “ନିଶା ମୁକ୍ତ ଭାରତ ଅଭିଯାନ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀ ଓ ଛାତ୍ରଛାତ୍ରୀମାନେ ଏକ ସଚେତନତା ପଦଯାତ୍ରାରେ ବାହାରି ବିଭିନ୍ନ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ଏସ୍ ଜଗନ୍ନାଥ ରାଓ, ପ୍ରାଧ୍ୟାପକ ନିମାଇଁ ଚରଣ ପାତ୍ର, ସରୋଜ କୁମାର ପଣ୍ଡା, ଲିଙ୍ଗରାଜ ପାତ୍ର ପ୍ରମୁଖ ପଦଯାତ୍ରାରେ ସାମିଲ୍ ହୋଇ ସ୍ୱେଛାସେବୀ ଓ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ ଥିଲେ । ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ତଥା ଏନ୍ଏସ୍ଏସ୍ କାର୍ଯ୍ୟକ୍ରମ ଅଧିକାରୀ ଗଣପତି ବାଗଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ବେଳେ ଅଧ୍ୟାପକ ଦୀନବନ୍ଧୁ ବାଗ, ସଦୟ ପଧାନ, ଅଧ୍ୟାପିକା ନିବେଦିତା ଡାକୁଆ, ଅଞ୍ଜଳି ମାଝୀ, ମନିଷା ସାହୁ ପଦଯାତ୍ରାରେ ସାମିଲ୍ ହୋଇଥିଲେ । ସଂଗ୍ରାମ ବିହାରୀ ସହଯୋଗ କରିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.