ଧର୍ମଗଡ଼ ଠାରେ ଜିଲ୍ଲା ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ପାଇଁ ପ୍ରସ୍ତୁତି ବୈଠକ

ଓଡ଼ିଆ ବାର୍ତ୍ତା/ ଧର୍ମଗଡ଼ (ଲବଣୀ ରାଉତ): ଧର୍ମଗଡ଼ ଠାରେ ଜିଲ୍ଲା ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୬ ପାଇଁ ସ୍ଥାନୀୟ ବ୍ଲକ ସଭା ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପଜିଲ୍ଲାପାଳ ତଥା ଉତ୍ସଵ କମିଟିର ଅଧ୍ୟକ୍ଷ ପ୍ରେକ୍ଷା ଅଗ୍ରୱାଲ, ଅତିରିକ୍ତ ଉପ ଜିଲ୍ଲାପାଳ ଅଜୟ ପ୍ରକାଶ ତିର୍କୀ, ଧର୍ମଗଡ ଏନଏସି ଅଧ୍ୟକ୍ଷ ଅଶୋକ କୁମାର ମହାନ୍ତି, ଉପଖଣ୍ଡ ପୋଲିସ ଅଧିକାରୀ ଡୋଳାମଣି ଭୋଇ, ଏନଏସି ନିର୍ବାହୀ ଅଧିକାରୀ ବିଶ୍ବମ୍ବର ମିଶ୍ର, ବିଧାୟକ ପ୍ରତିନିଧି ହିମାଂଶୁ ଶେଖର ପଣ୍ଡା ପ୍ରମୁଖ ଯୋଗ ଦେଇ ଆଗାମୀ କଳାହାଣ୍ଡି ଉତ୍ସଵ ଘୁମୁରା ୨୦୨୫ ପାଇଁ ବିଭିନ୍ନ କମିଟି ମାନ ପୁନର୍ଗଠନ କରାଯିବା ନେଇ ଆଲୋଚନା ଓ ଉତ୍ସବ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି ବୈଠକରେ ଧର୍ମଗଡ଼ ଥାନା ଅଧିକାରୀ ସୁଦର୍ଶନ ନାୟକ, ଆଇନଜୀବୀ ସୁବାସ ଚନ୍ଦ୍ର ପାଣିଗ୍ରାହୀ, ନିରଞ୍ଜନ ମହାପାତ୍ର, ବିଦ୍ୟାଧର ସାହୁ, ବିରଞ୍ଚି ନାରାୟଣ ଜାଲ, ବିଷ୍ଣୁ ପ୍ରସାଦ ଅଗ୍ରୱାଲ, ସୁଶ୍ରୀ ହୀରା ବାଗ, ଲିଙ୍ଗରାଜ ପାତ୍ର, ଅଧ୍ୟାପକ ମାଧବ ଲହଜଲ, ଇଙ୍ଗିତ କୁମାର ପଣ୍ଡା, ଘନଶ୍ୟାମ ଅଗ୍ରୱାଲ, କ୍ଷୀରୋଦ ବାଗ, ରମଣୀକାନ୍ତ ଜାଲ, ଉମେଶ ଦୁରିଆ, ଆଶୁତୋଷ ରାଉତ, ଧର୍ମଗଡ ସୂଚନା ଓ ଲୋକସଂପର୍କ ଅଧିକାରୀ ରମେଶ ସିଂ ସମେତ ବିଭିନ୍ନ ବିଭାଗର ପଦାଧିକାରୀ ଓ କମିଟିର ସଦସ୍ୟ ମାନେ ଉପସ୍ଥିତ ରହି ବିଭିନ୍ନ ଆଲୋଚନାରେ ଭାଗ ନେଇଥିଲେ। ସହ ଉପଜିଲ୍ଲାପାଳ ଶ୍ରୀକାନ୍ତ ଶତପଥୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସହ ଉପ ଜିଲ୍ଲାପାଳ ଅଜିତ କୁମାର ଶବର ଧନ୍ୟବାଦ ଦେଇଥିଲେ। ଆସନ୍ତା ଜାନୁୟାରୀ ୧୫ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଧର୍ମଗଡ଼ ଠାରେ ଜିଲ୍ଲା ସ୍ତରୀୟ କଳାହାଣ୍ଡି ଉତ୍ସବ ଅନୁଷ୍ଠିତ ହେବ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.