ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ଠାରେ ବ୍ଳକ ସ୍ତରୀୟ କୁଇଜ୍ ପ୍ରତିଯୋଗିତା ୨୦୨୫-୨୬ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଷିଆ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶାଙ୍କ ପାତ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଢଳଦେବ ମୁଣ୍ଡ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାରତ ଭୂଷଣ ସାହୁ ଯୋଗ ଦେଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ଅତିଥି ଭାବେ ଲାଞ୍ଜିଗଡ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାଏକଙ୍କ ସମେତ ସମ୍ମାନିତ ଅତିଥି ମାନେ ଯୋଗଦେଇଥିଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ନନ୍ଦୀ କିଶୋର ନାଏକ, କ୍ଲଷ୍ଟର ସଂଯୋଜକ,କୁମାର ଗୌରବ ପରିଡା, ପ୍ରକାଶ ପ୍ରଧାନ, ସୌଭାଗ୍ୟ ରଞ୍ଜନ ସାହୁ, ଜଳନ୍ଧର ମାଝୀ, ଗୁଣମଣୀ ଭୋଇ, ସଂଜୀବ କୁମାର ସାହୁ, ଦୁଃଖୀ ଶ୍ୟାମ ବାରିକ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଏହି ପ୍ରତିଯୋଗିତାରେ ୨୨୬ ବିଦ୍ୟାଳୟର ୩୨୦ ଜଣ ଛାତ୍ର ଛାତ୍ରୀ ଭାଗ ନେଇଥିଲେ। ଏହି କାର୍ଯ୍ୟକ୍ରମରେ ସବ୍ ଜୁନିଅର ଦଳରେ ପାଈକବରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରୁଦ୍ର ପ୍ରସାଦ ନାଗ, ମୁଣ୍ଡାଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଯଶରାଜ ପାତ୍ର, ସିନ୍ଧିପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରସ୍ନା ବିଭାର, ଜୁନିଅର ଦଳରେ ଲାଞ୍ଜିଗଡ ରୋଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜ୍ୟୋତ୍ସ୍ନା ବଛା, ବନ୍ଧପାରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରତିମା ହରିଜନ, କମର୍ଦ୍ଧା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପିୟୁଷ ବୁଦ୍ଧିଆ, ସିନିଅର ଦଳରେ ଲାଞ୍ଜିଗଡ଼ ଉଚ୍ଚ ବିଦ୍ୟାଳୟର ସ୍ୱାତୀ ଅଚାରୀ, ଲାଞ୍ଜିଗଡ ଡ଼ିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର କୁଶରଞ୍ଜନ ହିଆଲ, ଲାଞ୍ଜିଗଡ଼ ଉଚ୍ଚ ବିଦ୍ୟାଳୟର ରଞ୍ଜିତା ଅଚାରୀ ପ୍ରମୁଖ ପ୍ରତିଯୋଗିତାରେ ଉତ୍ତିନ୍ନ ହୋଇଥିଲେ। କାର୍ଯ୍ୟକ୍ରମ ଶେଷରେ ଅତିଥି ମାନଙ୍କ ଦ୍ୱାରା କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ତପନ ଭୋଇ ପରିଚାଳନା କରିଥିବା ବେଳେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଢଳଦେବ ମୁଣ୍ଡ ଧନ୍ୟବାଦ ଅର୍ପଣ କରିଥିଲେ।




