ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗର ମନ୍ତ୍ରୀ ରବି ନାରାୟଣ ନାଏକ ଆସନ୍ତା ୧୫ ତାରିଖରେ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ କୋକସରା ବ୍ଲକରେ ରହିଛି। ମନ୍ତ୍ରୀ ଅଞ୍ଚଳର ଉନ୍ନୟନ ଓ ବିକାଶ ନେଇ ରାଜ୍ୟ ସରକାରଙ୍କ ବିଭାଗୀୟ ଯୋଜନାର କାର୍ଯ୍ୟ ଉପରେ ସମୀକ୍ଷା କରିବେ। ଏହାକୁ ନେଇ ଗୁରୁବାର ଧର୍ମଗଡ଼ ବିଧାୟକ ସୁଧୀର ପଟ୍ଟଯୋଶୀଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ କୋକସରା ପଞ୍ଚାୟତ ସମିତି ସଭାଗୃହରେ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ମୋଟେର ମଣ୍ଡଳ ସଭାପତି ଧର୍ମବ୍ରତ ପଣ୍ଡା, ଆମପାଣି ମଣ୍ଡଳ ସଭାପତି ମଧୁବନ ପାତ୍ର, କୋକସରା ମଣ୍ଡଳ ସଭାପତି ବସନ୍ତ ନାଗ, ବିଧାୟକଙ୍କ କୋକସରା ବ୍ଲକ ପ୍ରତିନିଧି ତ୍ରିନାଥ ଶବର ସମେତ ବ୍ଲକର ସମସ୍ତ ସରପଞ୍ଚ, ସମିତି ସଭ୍ୟ ଓ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ। ମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ କିପରି ଭବ୍ୟ ଓ ସଫଳ କରାଯିବା ସହ ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ ଅବଗତ କରିବା ସେ ସମ୍ପର୍କରେ ଆଲୋଚନା ହୋଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.