ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ସୋମବାର କୋକସରା ବ୍ଲକ ସଦର ମହକୁମା ସ୍ଥିତ ଗୁଡହାଣ୍ଡି ମଞ୍ଚ ଠାରେ ଆୟୋଜିତ ଏକ ସରକାରୀ କାର୍ଯ୍ୟ କ୍ରମରେ ଯୋଗଦେଇ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ମନ୍ତ୍ରୀ ଶ୍ରୀନାୟକ କାର୍ଯ୍ୟକ୍ରମରେ ଯୋଗଦେବା ଆଗରୁ ଆମପାଣି ଠାରେ ଦଳୀୟ ନେତା ଓ କର୍ମୀମାନେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ଏହାପରେ କଳାହାଣ୍ଡିର ଆରାଧ୍ୟ ଦେବତା ପ୍ରଭୁ ବୁଢ଼ାରଜାଙ୍କ ମନ୍ଦିର ଦର୍ଶନ କରିବା ପରେ କୋକସରା ସ୍ଥିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀନାୟକ ଯୋଗଦେଇ ଥିଲେ। ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ କଳାହାଣ୍ଡି ଦୟାମୟ ପାଢ଼ୀ ସ୍ବାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ମନ୍ତ୍ରୀ ଶ୍ରୀ ନାୟକ ଧର୍ମଗଡ, କୋକସରା, କଳମପୁର, ଜୟପାଟଣା ଓ ଜୁନାଗଡ଼ ବ୍ଲକ ନିମନ୍ତେ ୩୯. ୯୨ କୋଟି ଅଟକଳ ମୂଲ୍ୟରେ ୧୭୨ ଟି ପ୍ରକଳ୍ପ ର ଲୋକାର୍ପଣ ଓ ୨୪୬. ୪୫ କୋଟି ଅଟକଲ ମୂଲ୍ୟର ୨୬୯ ଗୋଟି ନୂତନ ପ୍ରକଳ୍ପ ଶିଳାନ୍ୟାସ କରିବା ସହ ଡିସେମ୍ବର ସୁଦ୍ଧା ସମଗ୍ର ଜିଲ୍ଲାରେ ପାନୀୟ ଜଳ ଯୋଗାଇ ଦେବାନେଇ ପ୍ରତିଶ୍ରୁତି ଦେଇଥିଲେ। ଏଥି ସହିତ ୧୫୦ ଜନସଂଖ୍ୟା ବିଶିଷ୍ଟ ଗାଁକୁ ପ୍ରଧାନମନ୍ତ୍ରୀ ସଡ଼କ, ଓ ୧୫୦ ରୁ କମ୍ ଜନସଂଖ୍ୟା ଥିବା ଗାଁକୁ ମେଟାଲିଙ୍ଗ କରାଯିବ। ଏବଂ ଲୋକଙ୍କ ବହୁ ମତ ଆକାରରେ ବିଭିନ୍ନ ଜନହିତକର କାର୍ଯ୍ୟ ଆରମ୍ଭ ହେବ ବୋଲି ଶ୍ରୀ ନାୟକ ଉଦବୋଧନ ଦେଇଥିଲେ। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ ଦରୱାନ, ଧର୍ମଗଡ଼ ଉପ ଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ, ପଞ୍ଚାୟତ ସମିତି ଅଧ୍ୟକ୍ଷ ରୀତା ଅଗ୍ରୱାଲ, ଧର୍ମଗଡ଼ ବିଧାୟକ ସୁଧୀର ପାଟ୍ଟଯୋଶୀ, ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂ ଦେଓ, ବିଡ଼ିଓ ଡ଼. ହିମାଞ୍ଚଳ ମାଝୀ, ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ଓମ୍ଫେଡ ରାଜ୍ୟ ସଭାପତି କିଶୋର ଚନ୍ଦ୍ର ପ୍ରଧାନୀ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ବକ୍ତବ୍ୟ ରଖିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଅଧିକାରୀ, କର୍ମଚାରୀ, ନିର୍ବାଚିତ ସଭ୍ୟ ସଭ୍ୟା ସମେତ ପ୍ରତ୍ୟୋକ ବ୍ଲକ ରୁ ଶତାଧିକ ମହିଳା ଓ ପୁରୁଷ ଯୋଗଦେଇଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.