ନର୍ଲା ପଞ୍ଚାୟତ ସମିତିର ଅଷ୍ଟମ ସାଧାରଣ ଅଧିବେଶନ

ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ପଞ୍ଚାୟତ ସମିତିର ଅଷ୍ଟମ ସାଧାରଣ ଅଧିବେଶନ ମଙ୍ଗଳବାର ଦିନ ପୂର୍ବାହ୍ନ ୧୦ ଘଣ୍ଟା ସମୟରେ ବ୍ଲକ ଅଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତିଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ନର୍ଲା ବିଡ଼ିଓ ବିପିନ ବିହାରୀ ଦୀପଙ୍କ ସଂଯୋଜନାରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ କଳାହାଣ୍ଡି ସାଂସଦ ଙ୍କ ପ୍ରତିନିଧି ତଥା ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅନିରୁଦ୍ଧ ପଧାନ, ବିଧାୟକ ପ୍ରତିନିଧି ସରୋଜ କୁମାର ରାଉତ, ନର୍ଲା ବ୍ଲକ ସରପଞ୍ଚ ସଂଘ ସଭାପତି ଅନ୍ତରାମ ମାଝୀ, ନର୍ଲା ସହକାରୀ ସମ୍ପ୍ରସାରଣ ଯନ୍ତ୍ରୀ ସୁଧାଂଶୁ ମହାଲି ପ୍ରମୁଖ ମଞ୍ଚାସୀନ ଥିଲେ। ବୈଠକରେ ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ, ବିଦ୍ୟୁତ, କୃଷି, ଉଦ୍ୟାନ କୃଷି ଆଦି ବିଭିନ୍ନ ବିଷୟରେ ଆଲୋଚନା ପର୍ଯ୍ୟାଲୋଚନା ହୋଇଥିଲା। ଏଥିରେ ସରିଆଁ ସରପଞ୍ଚ ଓଁ ପ୍ରକାଶ ଛତ୍ରିଆ, ରାକସୀ ସରପଞ୍ଚ ଯେମନ୍ତ ପୋଢ଼, ରୁପ୍ରାରୋଡ ସରପଞ୍ଚ ହେମନ୍ତ ଭୋଇ, ନର୍ଲା ସରପଞ୍ଚ ତନୁଜା ହରପାଲ, ମାଣ୍ଡେଲ ସରପଞ୍ଚ, ବାଗପୂର ସରପଞ୍ଚ ଗୋପାଳ ହାତୀ, କର୍ମେ ସରପଞ୍ଚ ମନୋଜ ମହାନନ୍ଦ, ନର୍ଲା ସମିତି ସଦସ୍ୟ ସଙ୍ଘ ସଭାପତି ଜୟ ମେହେର, ଚିରଞ୍ଜିବୀ ଗୌଡିଆ,ଘଣ୍ଟମାଳ ସମିତି ସଦସ୍ୟା ଅବନ୍ତିକା ଦଳେଇ, ସୁଦାମ ଝାଙ୍କର, ଦୀପା ମାଝୀଙ୍କ ସମେତ ୨୬ ଗୋଟି ପଞ୍ଚାୟତର ଅନେକ ସରପଞ୍ଚ, ସମିତି ସଭ୍ୟ/ ସଭ୍ୟା, ବିଭିନ୍ନ ବିଭାଗୀୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଅନ୍ୟ ଅଧିକାରୀ ମାନଙ୍କ ମଧ୍ୟରେ ଏବି ଇ ଓ ଗୋବର୍ଦ୍ଧନ ମାଝୀ, ପିଇଓ ସହସ୍ରାଂଶୁ ମିଶ୍ର, ଜିତେନ୍ଦ୍ର ଯୋଶୀ, ରବି ନାଏକ, କୁଷ୍ଣଚନ୍ଦ୍ର ସାହୁ, ଦୁଲଣା ମାଝୀ, ଯଯାତୀ ଭଞ୍ଜ, ବିକେଶ ସାହୁ, ନର୍ଲା ସହକାରୀ କୃଷି ଅଧିକାରୀ ପ୍ରବୀଣ ସାହୁ, ସହକାରୀ ଉଦ୍ୟାନ ଅଧିକାରୀ ଅନନ୍ତ ପଣ୍ଡା, ନର୍ଲା କନିଷ୍ଠ ଯନ୍ତ୍ରୀ ଆଲୋକ ନାଏକ, ବିଚିତ୍ରାନନ୍ଦ ନାଏକ, ରଞ୍ଜିତା ନାଏକ, ନର୍ଲା ମେଡିକାଲ ଅଫିସର ଆଶୁତୋଷ ପ୍ରଧାନ, ଆରଡବ୍ଲୁ ଏସଏସ ସହକାରୀ ଯନ୍ତ୍ରୀ ସୁରେନ୍ଦ୍ର ସୁନାନୀ, ସନତ ନାଏକ, ନର୍ଲାରୋଡ ଜୟଦୁର୍ଗା ହାଇସ୍କୁଲ ର ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର କର, ବିଶିଷ୍ଟ କଳାକାର ସର୍ବେଶ୍ଵର ଭୋଇ, ନର୍ଲା ହାଇସ୍କୁଲ ପ୍ରତିନିଧି ଶ୍ରୀ ପୋଢ଼, ମୁସ୍କୁଟି କଲେଜ ର ଶାରୀରିକ ଶିକ୍ଷକ ନାରାୟଣ ନାଏକ, ନର୍ଲା ଡିଗ୍ରୀ କଲେଜ ର ଓଡିଆ ଅଧ୍ୟାପକ ସୁଶାନ୍ତ ସାହୁ, ନର୍ଲା ପୋଲିସ ପ୍ରମୁଖ ଉପସ୍ଥିତ ରହି ସୁଚିନ୍ତିତ କୃଷି, ଶିକ୍ଷା ଓ ସ୍ଵାସ୍ଥ୍ୟ ବିଭାଗ ର ବିଭିନ୍ନ ସମସ୍ୟା ବିଷୟରେ ଆଲେଚନା କରିଥିଲେ। ବିଏସଏସଓ ପ୍ରଦୀପ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶେଷରେ ବିଡିଓ ଶ୍ରୀ ଦୀପ ଧନ୍ୟବାଦ ଅର୍ପଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.