ରାକ୍ସିରେ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୬ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅନ୍ତର୍ଗତ ରାକ୍ସିଠାରେ ଶୁକ୍ରବାର ଦିନ ୨୮ତମ ପଞ୍ଚାୟତସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଅନୁଷ୍ଠିତ ହୋଇଯାଇଛି। ରାକ୍ସି ସରପଞ୍ଚ ଯେମନ୍ତ ପୋଢଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ନର୍ଲା ଜୋନ୍-୨ ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ, ସମ୍ମାନିତ ଅତିଥି ଭାବେ ରାକ୍ସି ସମିତି ସଭ୍ୟ ଚୁମନ ଭୋଇ, ପୂର୍ବତନ ସରପଞ୍ଚ ବିଜୟ ଧଙ୍ଗଡ଼ାମାଝୀ, ବିଶିଷ୍ଟ ଲୋକ କଳାକାର ସଞ୍ଜୟ ଧଙ୍ଗଡାମାଝୀ, ରାକ୍ସି ହାଇସ୍କୁଲର ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ ସ୍ବାଇଁ, ସମାଜସେବୀ ପ୍ରଦ୍ୟୁମ୍ନ ଭୋଇ ପ୍ରମୁଖ ମଞ୍ଚାସୀନ ଥିଲେ। ପ୍ରାରମ୍ଭରେ ଧରଣୀ ଶାଳରୁ ମଞ୍ଚକୁ ଏକ ବିଶାଳ ଶୋଭାଯାତ୍ରାରେ ମଶାଲ ପହଞ୍ଚିବା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପୂର୍ବରୁ ପଞ୍ଚାୟତ ଅଧିନ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତି ଶିକ୍ଷାର୍ଥୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିରେ କଳାହାଣ୍ଡିର ବୀର ବାଦ୍ୟ ଘୁମୁରା ସହ ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମମାନ ପ୍ରଦର୍ଶିତ ହୋଇଥିଲା। ବୁଢୀପଦର, ରାକ୍ସି, ଗୋଖରା, ନୂଆପଡା ଓ ଖାଇଚୁଆଁ ବିଦ୍ୟାଳୟର କୁନି କୁନି ଛାତ୍ରଛାତ୍ରୀମାନେ ଏକକ ଏବଂ ଦଳଗତ ନୃତ୍ୟ ପରିବେଷଣ କରିଥିଲେ। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ନର୍ଲା ବ୍ଳକ ଅଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି ଏବଂ ସମ୍ମାନିତ ଅତିଥି ଭାବେ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ଲେଖକ ଡିଲେଶ୍ୱର ରଣା, ସମାଜସେବୀ ବିଜୟ ଭୋଇ ଯୋଗ ଦେଇଥିଲେ। ଯୁବ ଗାଳ୍ପିକ ସୁଧୀର କୁମାର ଧଙ୍ଗଡାମାଝୀ ମଞ୍ଚ ପରିଚାଳନା କରିଥିବାବେଳେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ସହଶ୍ରାଂଶୁ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ନାଏବ ସରପଞ୍ଚ କୁନ୍ତି ମାଝୀ, ଏଡିଇଓ ଭାଗବତ ପ୍ରସାଦ ସାହୁ, ଯୋଗାଣ ସହାୟକ ଚୈତନ୍ୟ ସାହୁ ଓ ସମସ୍ତ ଓ୍ବାର୍ଡ ସଭ୍ୟ ସଭ୍ୟା ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.