ଘୁନସର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦଯାପିତ

ଓଡ଼ିଆ ବାର୍ତ୍ତା/ ସଇଁତଲା (ଗୋକୁଳାନନ୍ଦ ବଗର୍ତ୍ତୀ): ବଲାଙ୍ଗୀର ଜିଲ୍ଲା ସଇଁତଲା ବ୍ଲକ ଘୁନସର ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଉଦଯାପନୀ ସଭା କଲେଜର ଅଧ୍ୟକ୍ଷ ଶୁଭେନ୍ଦୁ ବିକାଶ କୁମ୍ଭାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ସଭାରେ କଲେଜର ଅଧ୍ୟାପକ ଅମିତାଭ କୁମାର ପୁଟେଲ, ମୋହନ ଚରଣ ବାଗ, ନୀଳାକାର ସାହୁ, ନାରାୟଣ ବୁଡ଼େକ, ସୁକୁମାର ସାହୁ, ସରୋଜ ରଣା, ଶତ୍ରୁଘନ ଗହୀର, ବିଷ୍ଣୁ ଭୋଇ, ସାଧୁ ରଣା ଓ ନିରଞ୍ଜନ ରଣା ପ୍ରମୁଖ ଉପସ୍ଥିତ ଥିଲେ। ଦୁଇ ଦିନିଆ କ୍ରୀଡା ଉତ୍ସବରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଆୟୋଜିତ ହୋଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.