ଦ୍ଵିତୀୟ ପର୍ଯ୍ୟାୟ ହାଇ ଏଚିଭର ସ୍ଵତନ୍ତ୍ର ମାର୍ଗଦର୍ଶନ ଶିବିର ‘ପ୍ରକାଶ’ ଉଦଯାପିତ

ଓଡ଼ିଆ ବାର୍ତ୍ତା/ ଭବାନୀପାଟଣା: ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ କଳାହାଣ୍ଡି ତରଫରୁ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଦ୍ଵିତୀୟ ପର୍ଯ୍ୟାୟ ଚାରିଦିନିଆ ଆବାସିକ ହାଇ ଏଚିଭର ସ୍ଵତନ୍ତ୍ର ମାର୍ଗଦର୍ଶନ ଶିବିର ‘ପ୍ରକାଶ’ ଉଦଯାପିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ତେରଟି ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ୮୦ ଜଣ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ। ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ହେମସାଗର ମହାନନ୍ଦଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୩୬ ଜଣ ସାଧନ ଶିକ୍ଷକ ଶିକ୍ଷୟତ୍ରୀ ଯୋଗଦାନ କରି ଛାତ୍ରଛାତ୍ରୀଙ୍କ ସନ୍ଦେହ ମୋଚନ କରିଥିଲେ। ଜିଲ୍ଲାରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଫଳାଫଳରେ ଉନ୍ନତି ଆଣିବା ପାଇଁ ଓ ଅଧିକ ସଂଖ୍ୟାରେ ଏ- ୱାନ୍ ଗ୍ରେଡ଼ ହାସଲ କରିବା ପାଇଁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ଏହି ଅଭିନବ କାର୍ଯ୍ୟକ୍ରମ ‘ପ୍ରକାଶ’ ଗ୍ରହଣ କରାଯାଇଛି। ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶୁଭଲକ୍ଷ୍ମୀ ନାୟକ ଓ ତପିମଣି ଜାନି, ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଷିଆ ମେହେର, ତପନ ମାଝୀ, ଆଚାରୀ ଶବର, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଦୁଷ୍ମନ୍ତ ଶେଖର ପାଢ଼ୀ, ପ୍ରଧାନ ଶିକ୍ଷୟିତ୍ରୀ ଦୀନକୃଷ୍ଣ ଯୋଶୀ, ବୀରେନ୍ଦ୍ର ଆଚାର୍ଯ୍ୟ, ପ୍ରଶାନ୍ତ ନନ୍ଦ, ଜ୍ୟୋତି ମହାନନ୍ଦ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.