ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ରେଞ୍ଜର ନିଲମ୍ବିତ

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ ର ବେଲଘର ବନାଞ୍ଚଳ ଅନ୍ତର୍ଗତ ଝିରିପାଣି ମୁଣ୍ଡୁଟି ଜଙ୍ଗଲ ରେ ହାତୀ ମୃତ୍ୟୁ ଘଟଣା ର ତଦନ୍ତ ପରେ ବେଲଘର ରେଞ୍ଜର ବିନୟ କୁମାର ବିଶି ନିଲମ୍ବିତ ହୋଇଥିବା ସୂଚନା ମିଳିଛି l ଚଳିତ ମାସ ଜାନୁଆରୀ ମାସ ୫ ତାରିଖ ରେ ଝିରିପାଣି ମୁଣ୍ଡୁଟି ଜଙ୍ଗଲ ରେ ହାତୀ ମୃତ୍ୟୁ ଅଭିଯୋଗ ହୋଇଥିଲା l ହାତୀ ମୃତ୍ୟୁ ପରେ ମୃତ ଦେହ ଅନ୍ୟତ୍ର ଲୁଚାଇ ଚପାଇବାକୁ ରେଞ୍ଜର ଉଦ୍ୟମ କରିଥିବା ଅଭିଯୋଗ ମଧ୍ୟ ହୋଇଥିଲା l ହାତୀ ମୃତ୍ୟୁ ପରେ ମୁଣ୍ଡୁଟି ଜଙ୍ଗଲ ରୁ ମୃତ ଦେହ କୁ ଅନ୍ୟତ୍ର ନିଆଯାଇ ବେଲଘର ପଞ୍ଚାୟତ ର କାଡାପାନା ନର୍ସରୀ ରେ ଖଣ୍ଡ ବିଖଣ୍ଡିତ କରି ପୋତା ଯାଇଥିବା ଅଭିଯୋଗ ମଧ୍ୟ ହୋଇଥିଲା l ବେଲଘର ରେଞ୍ଜର ବିନୟ କୁମାର ବିଶି ଘଟଣା କୁ ଚପାଇଦେବାକୁ ଉଦ୍ୟମ କରିଥିବା ନେଇ ତଦନ୍ତ ରୁ ବାଲିଗୁଡା ଡ଼ିଏଫଓ ଘନଶ୍ୟାମ ମହନ୍ତ ସ୍ପଷ୍ଟ ହୋଇଥିଲେ l ତଦନ୍ତ ପରେ ବେଲଘର ରେଞ୍ଜର ବିନୟ କୁମାର ବିଶି ଙ୍କୁ ନିଲମ୍ବିତ କରାଯିବା ସହ ଅଧିକ ତଦନ୍ତ ଅବ୍ୟାହତ ରଖାଯାଇଥିବା ବିଷୟ ଡି ଏଫ ଓ ପ୍ରକାଶ କରିଛନ୍ତି l

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.