ବାଇକ ଦୁର୍ଘଟଣା: ଯୁବକ-ଯୁବତୀ ମୃତ

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ବଣ୍ଡଗୁଡ଼ା ନିକଟସ୍ଥ କାଣିବାରୁଡ଼ି ଛକ ନିକଟରେ ଏକ ବାଇକ ଦୁର୍ଘଟଣା ହୋଇଛି l ବାଇକ ଟି ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛକୁ ଧକ୍କା ଦେବାରୁ ଦୁର୍ଘଟଣାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ମୃତକଙ୍କ ମଧ୍ୟରେ ଜଣେ ପୁଅ, ଜଣେ ଝିଅ ରହିଥିବା ଜଣାପଡ଼ିଛି ‌। ମୃତ ଦୁଇ ଯୁବକ, ଯୁବତୀଙ୍କ ପରିଚୟ ଏଯାବତ୍ ଅସ୍ପଷ୍ଟ ରହିଛି । ସୂଚନା ପ୍ରକାରେ ଯୁବକ ଓ ଯୁବତୀ ଦୁହେଁ ଫିରିଙ୍ଗିଆ ଅଞ୍ଚଳରୁ ଗୁଟିଙ୍ଗିଆ ଯାଉଥିବା ବେଳେ ସାରଙ୍ଗଡ଼ ଥାନା ଅନ୍ତର୍ଗତ ଗୁଟିଙ୍ଗିଆ ନିକଟସ୍ଥ କାଣିବାରୁଡ଼ି ଛକ ନିକଟସ୍ଥ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛକୁ ଧକ୍କା ଦେଇଥିଲା ବାଇକ୍ । ଘଟଣାସ୍ଥଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ବାଇକରେ ବସିଥିବା ଯୁବତୀ ଜଣଙ୍କ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକଙ୍କ ନିକଟରୁ ସୂଚନା ପାଇ ସାରଙ୍ଗଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକ ଓ ଯୁବତୀଙ୍କୁ ସାରଙ୍ଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଯୁବକଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଗୁରୁତର ଯୁବତୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ କିନ୍ତୁ ଅଧା ବାଟରେ ଯୁବତୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.