ମଧୁପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ମଧୁପୁର ସରକାରୀ ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ମୁଖ୍ୟବକ୍ତା ଭାବେ ମଧୁପୁର ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବେଦବ୍ୟାସ ପ୍ରଧାନ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଗୋବର୍ଦ୍ଧନପୁର ସରପଞ୍ଚ ବୈଦେହୀ ମାଝୀ, ସମିତିସଭ୍ୟା ସୁଚିତ୍ରା ମାଝୀ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଉମାଶଙ୍କର ପଣ୍ଡା, ସୁରେଶଚନ୍ଦ୍ର ସାହୁ, ସମାଜସେବୀ ହରିଶଙ୍କର ପାତ୍ର, ବିଦ୍ୟାଳୟ ପରିଚାଳନା କମିଟି ସଭାନେତ୍ରୀ ସପୁର ଛତର ପ୍ରମୁଖ ମଞ୍ଚାସୀନ ଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗିରିଧାରୀ ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବାର୍ଷିକ ଉତ୍ସବକୁ ଶିକ୍ଷକ ସନ୍ତୋଷ ପାତ୍ର, ମଧୁସୂଦନ ରାଉତ ପରିଚାଳନା କରିଥିବାବେଳେ ଶିକ୍ଷକ ଚିତ୍ତରଞ୍ଜନ ସାହୁ ସାମୁହିକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ମାନପତ୍ର ଓ ଟ୍ରଫି ସହିତ ପୁରସ୍କୃତ କରିଥିଲେ। ପରେ ପରେ ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା ଅନୁଷ୍ଠିତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ ଛାତ୍ରୀ ନିମାଶୀ ହରପାଲ, ଜ୍ୟୋତିକା ଗହୀର, ରୂପସୀ କରୁଆଁ, ମାମୁନୀ ଗଉଡ଼ ମଞ୍ଚ ସଂଯୋଜନା କରିଥିଲେ। ଶିକ୍ଷକ ଅନୀଲ କୁମାର ଧଙ୍ଗଡ଼ାମାଝୀ, ପରମାନନ୍ଦ ସାହୁଙ୍କ ସହିତ ଚାରୁଲତା ଦୁବେ, କଳାକାହ୍ନୁ ଛତର, ଶକୁନ୍ତଳା ମାଝୀ, ମନ୍ଦାକିନୀ ମାଝୀ, କ୍ଷିତିସୂତା ମାଝୀ ସହିତ ପରିଚାଳନା କମିଟିର ସମସ୍ତ ସଦସ୍ୟ, ସଦସ୍ୟା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.