ବେହେରା କଲେଜରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଲ): ଧର୍ମଗଡ଼ ବ୍ଲକ ବେହେରା ସ୍ଥିତ ଲଖିରାମ ଅଗ୍ରୱାଲ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଚଳିତ ବର୍ଷର ବାର୍ଷିକ ଉତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। କଠିନ ପରିଶ୍ରମ ହଁ ସମସ୍ତ ସଫଳତାର ମୁଳଚାବି ବୋଲି ମଞ୍ଚାସୀନ ଅତିଥିମାନେ କହିଥିଲେ। ଅଧ୍ୟକ୍ଷ ନିର୍ମଳ ଚନ୍ଦ୍ର ନାଏକଙ୍କ ସଭାପତିତ୍ବର ଆୟୋଜିତ ସଭାରେ ମୁଖ୍ୟ ଅତିଥିଭାବେ ଧର୍ମଗଡ଼ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ  ସଦାଶିବ ନାୟକ, ମୁଖ୍ୟବକ୍ତା ଭାବେ କୋକସରା ଡିଗ୍ରୀ କଲେଜର ଅଧ୍ୟାପକ ଅଶ୍ବିନୀ କୁମାର ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ସୁନିଲ କୁମାର ଆଗ୍ରଓ୍ବାଲ ମଞ୍ଚାସୀନ ଥିଲେ। ଅଧ୍ୟାପକ ମୋହନ ଚରଣ ବିଷି ସ୍ବାଗତ ଅଭିଭାଷଣ, ଅଧ୍ୟାପକ ରଂଜନ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ ଓ ଅଧ୍ୟାପକ ଅକ୍ଷୟ କୁମାର ପଟ୍ଟନାୟକ ମଞ୍ଚ ପରିଚାଳନା କରିଥିବାବେଳେ ଖେଳ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅଧ୍ୟାପକ ନିକୁଞ୍ଜ ବିହାରୀ ସାହୁ, ଫକିର ନାରାୟଣ ଚଣ୍ଡି, ସାନୁର୍ଯ୍ୟ ଗୋପାଳ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ପୂର୍ବରୁ ଅନୁଷ୍ଠିତ କ୍ରିଡା ଓ ସାଂସ୍କୃତିକ ପ୍ରତିଯୋଗିତାରେ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ପରେ ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.