ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ : ପ୍ରଥମ ସେମି ଫାଇନାଲରେ ସମ୍ବଲପୁର ବିଜୟୀ ହୋଇ ଫାଇନାଲକୁ ଉନ୍ନୀତ

ଓଡ଼ିଆ ବାର୍ତ୍ତା/ ବାଲିଗୁଡା (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ- ୨୦୨୬ ର ତୃତୀୟ ଦିନ ତଥା ପ୍ରଥମ ସେମି ଫାଇନାଲ ଖେଳରେ ଏଫ ସି ସମ୍ବଲପୁର ସହ ଦୋସ୍ତି ବ୍ରଦର ସୁନ୍ଦରଗଡ଼ ର ଆକର୍ଷଣୀୟ ମ୍ୟାଚ ଅନୁଷ୍ଠିତ ହୋଇ ସମ୍ବଲପୁର ଦଳ ୧-୦ ଗୋଲ ରେ ବିଜୟୀ ହୋଇ ଫାଇନାଲ କୁ ଉନ୍ନୀତ ହୋଇଛି l ଏଠାରେ ସୂଚନା ଯୋଗ୍ୟ ଯେ, ଏହି ସମ୍ବଲପୁର ଟିମ ୨୦୧୯ ମସିହାରେ ଆୟୋଜିତ ହୋଇଥିବା ଏହି ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ରେ ଚମ୍ପିୟାନ ହୋଇ ଟ୍ରଫି ହାସଲ କରିପାରିଥିଲା l ଏଥିରେ ଅତିଥି ଭାବେ ବରିଷ୍ଠ କ୍ରୀଡ଼ାବିତ ଗୋପବନ୍ଧୁ ସାହୁ, ଡ଼. ବିଚିତ୍ରା ନନ୍ଦ ଆଚାର୍ଯ୍ୟ, ରାଜ କିଶୋର ଦାସ, ଉପଦେଷ୍ଟା ଶେଖ ସାଦିକ, ଉପ ସଭାପତି ସତ୍ୟ ନାରାୟଣ ପାଢ଼ୀ, ସମ୍ପାଦକ ସୁଶାନ୍ତ କୁମାର ଦାସ ପ୍ରମୁଖ ଉପସ୍ଥିତ ରହି ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ପ୍ରଥମ ସଟ ଦେଇ ଖେଳ କୁ ଉଦଘାଟନ କରିଥିଲେ l ଏଥିରେ ମ୍ୟାନ ଅଫ ଦି ମ୍ୟାଚ ଭାବେ ସମ୍ବଲପୁର ଦଳର ଖେଳାଳୀ ମହାଦେବ ଓରାମ ଙ୍କୁ ଘୋଷଣା କରାଯାଇଥିଲା l ଶୁକ୍ରବାର ର ଏହି ଖେଳ କୁ ମୁଖ୍ୟ ରେଫେରୀ ଭାବେ ଜ୍ୟୋତି ରଞ୍ଜନ ସ୍ୱାଇଁ, ସୁନୀଲ କୁମାର ବେହେରା, ଶମ୍ଭୁ ନାଥ ମଲ୍ଲିକ ଓ କାମାକ୍ଷା ପ୍ରସାଦ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଖେଳ ପରିଚାଳନା କରିଥିଲେ l ୭ ତାରିଖ ଚତୁର୍ଥ ଦିନର ତୃତୀୟ କ୍ୱାଟର ଫାଇନାଲ ମ୍ୟାଚ ୟୁଏସସି ଟିମ – ବରଗଡ଼, ଏଫପିଏସଏ ଟିମ -ଜଟଣୀ ମଧ୍ୟରେ ଆକର୍ଷଣୀୟ ମ୍ୟାଚ ଅନୁଷ୍ଠିତ ହେବ l ଏହି ରାଜ୍ୟ ସ୍ତରୀୟ ମ୍ୟାଚ ଚଳିତ ମାସ ୧୧ ତାରିଖ ପର୍ଯ୍ୟନ୍ତ ଆୟୋଜନ ହେଉଥିବା ବେଳେ ଏଥିରେ ରାଜ୍ୟର ବଛାବଛା ଫୁଟବଲ ଟିମ ମଧ୍ୟରେ ସମ୍ବଲପୁର ଏଫ ସି, ଡାଇମଣ୍ଡ କ୍ଲବ ଖୋର୍ଦ୍ଧା, ଦୋସ୍ତି ବ୍ରଦର ସୁନ୍ଦରଗଡ଼, ପପୁଲାର କ୍ଲବ- ଢେଙ୍କାନାଳ, ୟୁଏସସି ଟିମ – ବରଗଡ଼, ଏଫପିଏସଏ ଟିମ – ଜଟଣୀ, ଜଗା ଯୁନାଇଟେଡ଼- ଭୁବନେଶ୍ୱର, ଜେ.ଡି. କ୍ଲବ-ଫୁଲବାଣୀ ଭଳି ବିଭିନ୍ନ ଦଳ ଅଂଶ ଗ୍ରହଣ କରିବାକୁ ସମ୍ମତି ପ୍ରଦାନ କରିଛନ୍ତି l ସେଥିମଧ୍ୟରେ ୧୦ ତାରିଖ ଦିନ ସବୁଠାରୁ ବିଶେଷ ଆକର୍ଷଣ ମହିଳା ଫୁଟବଲ ମ୍ୟାଚ ବରଗଡ଼ ସହ ଭୁବନେଶ୍ୱର ମଧ୍ୟରେ ଆୟୋଜିତ ହେବ l ୧୧ ତାରିଖ ଫାଇନାଲ ତଥା ଉଦଯାପନୀ ଉତ୍ସବରେ ରାଜ୍ୟର ବହୁ ଗଣ୍ୟମାନ୍ୟ ଜନ ପ୍ରତିନିଧି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରତିଦିନ ର ମ୍ୟାଚ ଅପରାହ୍ନ ୨ଟା ୩୦ମି. ରେ ଆରମ୍ଭ ହେବାକୁ ଥିବା ବେଳେ ସେମିଫାଇନାଲ ଓ ଫାଇନାଲ ମ୍ୟାଚ ଅପରାହ୍ନ ୨ଘଣ୍ଟ ରେ ଆରମ୍ଭ କରାଯିବା ପାଇଁ ସ୍ଥିର କରାଯାଇଛି l ଏଥିରେ ଉପଦେଷ୍ଟା ମଣ୍ଡଳୀ ର ଦେବବ୍ରତ ସିଂ ଦେଓ, ସୁରେନ୍ଦ୍ର କୁମାର ପାତ୍ର, ଯୁଗ୍ମ ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ ଓ କୋଷାଧ୍ୟକ୍ଷ ରଞ୍ଜିତ କୁମାର ମହାନ୍ତି, କ୍ରୀଡା ସମ୍ପାଦକ ଶିବାନନ୍ଦ ପଟ୍ଟନାୟକ, ଗଙ୍ଗାଧର ପଣ୍ଡା, ପ୍ରଶାନ୍ତ କୁମାର ସାହୁ, କ୍ରୀଡା ଆୟୋଜକ ଉପଦେଷ୍ଟା ମଣ୍ଡଳୀ ର ସମସ୍ତ ସଦସ୍ୟ ଖେଳ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.