ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅନ୍ତର୍ଗତ ବାଗପୁର ଗ୍ରାମ ପଞ୍ଚାୟତର ନୂତନ ପଞ୍ଚାୟତ ଭବନ ନିର୍ମାଣର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବାଗପୁର ସରପଞ୍ଚ ଗୋପାଳ କୃଷ୍ଣ ହାତୀଙ୍କ ସଭାପତିତ୍ୱରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୂଜାର୍ଚ୍ଚନା ସହ ପଞ୍ଚାୟତ ଭବନ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ସମ୍ମାନୀତ ଅତିଥି ଭାବେ ନର୍ଲା ସରପଞ୍ଚ ସଙ୍ଘ ସଭାପତି ଅନନ୍ତରାମ ମାଝୀ, ଘଣ୍ଟମାଳ ସରପଞ୍ଚ ଦେବେନ୍ଦ୍ର ସା ଯୋଗଦାନ କରିଥିଲେ। ବାଗପୁର ଗ୍ରାମପଞ୍ଚାୟତର ନାଏବ ସରପଞ୍ଚ ଅମୁଲ୍ୟ ସାହୁ, ସମସ୍ତ ୱାର୍ଡ ସଭ୍ୟ ସଭ୍ୟାଙ୍କ ସମେତ ଗ୍ରାମ ପଞ୍ଚାୟତର ଅନେକ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତି ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।





