ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ ସହ କଳାହାଣ୍ଡି ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ଆଲୋଚନା

ଓଡ଼ିଆ ବାର୍ତ୍ତା/ ଭବାନୀପାଟଣା: ଓଡ଼ିଶା ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ବାଳମୁକୁନ୍ଦ ଭୁଇଁଆଙ୍କ କଳାହାଣ୍ଡି ଗସ୍ତ ଅବସରରେ ଗୁରୁବାର ସନ୍ଧ୍ୟାରେ କଳାହାଣ୍ଡି ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତା ଓ ବିଭିନ୍ନ ବ୍ଲକର କର୍ମକର୍ତ୍ତା ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ତାଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି। ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡରେସନ୍ (AUPTF)ର ରାଜ୍ୟ ସଭାପତି ଧୀରେନ୍ଦ୍ର କୁମାର ପଟ୍ଟନାୟକଙ୍କ ନେତୃତ୍ବରେ ସଂଘ ପକ୍ଷରୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କ JTS, NPS, OPS ଏବଂ Ex -cadre ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା ସହ ଦାବିପତ୍ର ପ୍ରଦାନ କରାଯାଇଥିଲା। ନିର୍ଦ୍ଦେଶକ ବିଭିନ୍ନ ଦାବିକୁ ଗ୍ରହଣ କରି ସକାରାତ୍ମକ ମନୋଭାବ ପ୍ରକାଶ ଥିବା ସଂଘ ପକ୍ଷରୁ ସୂଚନା ଦିଆଯାଇଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.