ଶିକ୍ଷକ ସୁରେନ୍ଦ୍ରନାଥ ଖଣ୍ଡାଇଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଓଡ଼ିଆ ବାର୍ତ୍ତା/ କଲ୍ୟାଣସିଂହପୁର (ପଦ୍ମନ ଭତ୍ରା): ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପୁରୁଣାଭଟା ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ସୁରେନ୍ଦ୍ରନାଥ ଖଣ୍ଡାଇ ଗତ ୨୮.୦୨.୨୦୨୬ ରେ ଅବସର ଘଟିଥିବାରୁ ଆଜି ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି | ଏହି ଅବସରରେ କଲ୍ୟାଣସିଂହପୁର ଆଞ୍ଚଳିକ ସାଧନ କେନ୍ଦ୍ର ଅଧିନସ୍ତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ ଙ୍କ ସହ ବ୍ଲକ ଗୋଷ୍ଟି ଅତିରିକ୍ତ ଶିକ୍ଷା ଅଧିକାରୀ ମୋହନରାଓ କାଣ୍ଡଗୋରୀ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଶ୍ରୀଯୁକ୍ତ ଖଣ୍ଡାଇଙ୍କୁ ଉପଢୌକାନ ସହ ପୁଷ୍ପ ଗୁଚ୍ଛ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ |

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.