ଓଡ଼ିଆ ବାର୍ତ୍ତା/ ସମ୍ବଲପୁର: ଆସନ୍ତା ୧୬ ମାର୍ଚ୍ଚରେ ପଶ୍ଚିମ ଓଡ଼ିଶା ଅଙ୍ଗନବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ଵରେ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ବ କମିଶନର ଓ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯିବ। ଏହାର ସଫଳତା ସକାଶେ ଶନିବାର ପୌରାଞ୍ଚଳ ଅଙ୍ଗନବାଡି କର୍ମୀଙ୍କ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ସାକ୍ଷୀପଡା ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୌରାଞ୍ଚଳରେ କାର୍ଯ୍ୟରତ ସମସ୍ତ ଅଙ୍ଗନବାଡି କର୍ମୀ ଉପସ୍ଥିତ ରହି ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।




