ଗୋଷାଣୀ ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ 

ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଗୋଷାଣୀ ସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଯୋଗ ଦେଇ ଅଭିଯୋଗ ଗୁଡ଼ିକର ଶୁଣାଣୀ କରିଥିଲେ । ଏହି ଅଭିଯୋଗ ଶିବିର କାର୍ଯ୍ୟକ୍ରମରେ ଗୋଷାଣୀ ବ୍ଲକ ପଞ୍ଚାୟତ ସମିତିର ମୋଟ- ୧୦୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୯ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା -୪୪ ଗୋଟି ଅଭିଯୋଗ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ଅଗ୍ରୱାଲ ନିର୍ଦ୍ଧେଶ ଦେଇଛନ୍ତି।
ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜଣେ ଦିବ୍ୟାଙ୍ଗକୁ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି ଏବଂ ୫ ଜଣ’ଙ୍କୁ ନୂତନ ପେନସନ ଯୋଜନାରେ ସାମିଲ କରାଯାଇଛି । ସେହିପରି ୩୦ ଜଣ’ଙ୍କୁ ଜମି ଉତ୍ତରାଧିକାରୀ ଜମିପଟ୍ଟା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଗୋଷାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ଏନ୍: .ବୀରାରାଜୁ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ , ତହସିଲଦାର ଶ୍ରୀ ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.